Ezekiel 39:7 in Oriya 7 ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।
Other Translations King James Version (KJV) So will I make my holy name known in the midst of my people Israel; and I will not let them pollute my holy name any more: and the heathen shall know that I am the LORD, the Holy One in Israel.
American Standard Version (ASV) And my holy name will I make known in the midst of my people Israel; neither will I suffer my holy name to be profaned any more: and the nations shall know that I am Jehovah, the Holy One in Israel.
Bible in Basic English (BBE) And I will make clear my holy name among my people Israel; I will no longer let my holy name be made unclean: and the nations will be certain that I am the Lord, the Holy One in Israel.
Darby English Bible (DBY) And my holy name will I make known in the midst of my people Israel; and I will not suffer my holy name to be profaned any more: and the nations shall know that I [am] Jehovah, the Holy One in Israel.
World English Bible (WEB) My holy name will I make known in the midst of my people Israel; neither will I allow my holy name to be profaned any more: and the nations shall know that I am Yahweh, the Holy One in Israel.
Young's Literal Translation (YLT) And My holy name I make known in the midst of My people Israel, And I pollute not My holy name any more, And known have the nations that I, Jehovah, the Holy One, `am' in Israel.
Cross Reference Exodus 20:7 in Oriya 7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Leviticus 18:21 in Oriya 21 ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Isaiah 43:3 in Oriya 3 କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ୍ ଓ ଶିବା ଦେଶ ଦେଇଅଛୁ।
Isaiah 43:14 in Oriya 14 ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।
Isaiah 55:5 in Oriya 5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
Isaiah 60:9 in Oriya 9 ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶ୍ର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।
Isaiah 60:14 in Oriya 14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।
Ezekiel 20:9 in Oriya 9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Ezekiel 20:14 in Oriya 14 ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Ezekiel 20:39 in Oriya 39 ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; “ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥି ଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।”
Ezekiel 36:20 in Oriya 20 ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।
Ezekiel 36:23 in Oriya 23 ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 36:36 in Oriya 36 ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ୱଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା।
Ezekiel 38:16 in Oriya 16 ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
Ezekiel 38:23 in Oriya 23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Ezekiel 39:22 in Oriya 22 ଏହିରୂପେ ସେହି ଦିନ ଓ ସେହି ଦିନଠାରୁ ଇସ୍ରାଏଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ୱର ଅଟୁ।