Ezekiel 5:10 in Oriya 10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।
Other Translations King James Version (KJV) Therefore the fathers shall eat the sons in the midst of thee, and the sons shall eat their fathers; and I will execute judgments in thee, and the whole remnant of thee will I scatter into all the winds.
American Standard Version (ASV) Therefore the fathers shall eat the sons in the midst of thee, and the sons shall eat their fathers; and I will execute judgments on thee; and the whole remnant of thee will I scatter unto all the winds.
Bible in Basic English (BBE) For this cause fathers will take their sons for food among you, and sons will make a meal of their fathers; and I will be judge among you, and all the rest of you I will send away to every wind.
Darby English Bible (DBY) Therefore the fathers shall eat the sons in the midst of thee, and the sons shall eat their fathers; and I will execute judgments in thee, and the whole remnant of thee will I scatter to all the winds.
World English Bible (WEB) Therefore the fathers shall eat the sons in the midst of you, and the sons shall eat their fathers; and I will execute judgments on you; and the whole remnant of you will I scatter to all the winds.
Young's Literal Translation (YLT) Therefore fathers do eat sons in thy midst, And sons eat their fathers, And I have done in thee judgments, And have scattered all thy remnant to every wind.
Cross Reference Leviticus 26:29 in Oriya 29 ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।
Leviticus 26:33 in Oriya 33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।
Deuteronomy 4:27 in Oriya 27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
Deuteronomy 28:53 in Oriya 53 ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ।
Deuteronomy 28:64 in Oriya 64 ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।
Deuteronomy 32:26 in Oriya 26 ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏକଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;
2 Kings 6:29 in Oriya 29 ତହୁଁ ଆମ୍ଭେମାନେ ମୋ' ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆର ଦିନ ମୁଁ ତାହାକୁ କହିଲି, ‘ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା,’ ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି।”
Nehemiah 1:8 in Oriya 8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;
Psalm 44:11 in Oriya 11 ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।
Isaiah 9:20 in Oriya 20 ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;
Isaiah 49:26 in Oriya 26 ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”
Jeremiah 9:16 in Oriya 16 ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”
Jeremiah 19:9 in Oriya 9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।”
Jeremiah 44:12 in Oriya 12 ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।
Jeremiah 50:17 in Oriya 17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
Lamentations 2:20 in Oriya 20 ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ ?
Lamentations 4:10 in Oriya 10 ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋ' ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।
Ezekiel 5:2 in Oriya 2 ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ଼୍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ଼୍ଗ ନିଷ୍କୋଷ କରିବା।
Ezekiel 5:12 in Oriya 12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ଼୍ଗ ନିଷ୍କୋଷ କରିବା।
Ezekiel 6:8 in Oriya 8 ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ଼୍ଗରୁ ରକ୍ଷା ପାଇବେ।
Ezekiel 12:14 in Oriya 14 ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ ଆମ୍ଭେ ଖଡ଼୍ଗ ନିଷ୍କୋଷ କରିବା।
Ezekiel 20:23 in Oriya 23 ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
Ezekiel 22:15 in Oriya 15 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନ-ଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।
Ezekiel 36:19 in Oriya 19 ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ।
Amos 9:9 in Oriya 9 “କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲ ବଂଶକୁ ଚାଲୁଣୀର ଶସ୍ୟକୁ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ।
Zechariah 2:6 in Oriya 6 “ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି।
Zechariah 7:14 in Oriya 14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”
Luke 21:24 in Oriya 24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ।