Ezekiel 5:13 in Oriya 13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।
Other Translations King James Version (KJV) Thus shall mine anger be accomplished, and I will cause my fury to rest upon them, and I will be comforted: and they shall know that I the LORD have spoken it in my zeal, when I have accomplished my fury in them.
American Standard Version (ASV) Thus shall mine anger be accomplished, and I will cause my wrath toward them to rest, and I shall be comforted; and they shall know that I, Jehovah, have spoken in my zeal, when I have accomplished my wrath upon them.
Bible in Basic English (BBE) So my wrath will be complete and my passion will come to rest on them; and they will be certain that I the Lord have given the word of decision, when my wrath against them is complete.
Darby English Bible (DBY) And mine anger shall be accomplished, and I will satisfy my fury upon them, and I will comfort myself; and they shall know that I Jehovah have spoken in my jealousy, when I have accomplished my fury upon them.
World English Bible (WEB) Thus shall my anger be accomplished, and I will cause my wrath toward them to rest, and I shall be comforted; and they shall know that I, Yahweh, have spoken in my zeal, when I have accomplished my wrath on them.
Young's Literal Translation (YLT) And completed hath been Mine anger, And I have caused My fury to rest on them, And I have been comforted, And they have known that I, Jehovah, have spoken in My zeal, In My completing My fury on them.
Cross Reference Deuteronomy 32:36 in Oriya 36 ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
Isaiah 1:21 in Oriya 21 ବିଶ୍ଵସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Isaiah 1:24 in Oriya 24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଆଃ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Isaiah 59:17 in Oriya 17 ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍ଯୋଗରୂପ ବସ୍ତ୍ର ପିନ୍ଧିଲେ।
Jeremiah 25:12 in Oriya 12 ପୁଣି, ସଦାପ୍ରଭୁ କହନ୍ତି, “ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକି ଓ କଲ୍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।
Lamentations 4:11 in Oriya 11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
Lamentations 4:22 in Oriya 22 ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇ ଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ୍ତ କରିବେ।
Ezekiel 6:10 in Oriya 10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।
Ezekiel 6:12 in Oriya 12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ଼୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
Ezekiel 7:8 in Oriya 8 ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
Ezekiel 13:15 in Oriya 15 ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, “ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,
Ezekiel 16:42 in Oriya 42 ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ, ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ ଓ ଆମ୍ଭେ କ୍ଷାନ୍ତ ହୋଇ ଆଉ କ୍ରୋଧ କରିବା ନାହିଁ।
Ezekiel 16:63 in Oriya 63 ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 20:8 in Oriya 8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:21 in Oriya 21 ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 21:17 in Oriya 17 ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
Ezekiel 23:25 in Oriya 25 ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ଜାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ଼୍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ର କନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ୱାରା ଗ୍ରାସିତ ହେବେ।
Ezekiel 24:13 in Oriya 13 ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।
Ezekiel 36:5 in Oriya 5 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;
Ezekiel 38:18 in Oriya 18 ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେହି ସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ।
Daniel 9:2 in Oriya 2 ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି।
Daniel 11:36 in Oriya 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
Zechariah 6:8 in Oriya 8 ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।”