Ezekiel 5:17 in Oriya 17 ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”
Other Translations King James Version (KJV) So will I send upon you famine and evil beasts, and they shall bereave thee: and pestilence and blood shall pass through thee; and I will bring the sword upon thee. I the LORD have spoken it.
American Standard Version (ASV) and I will send upon you famine and evil beasts, and they shall bereave thee; and pestilence and blood shall pass through thee; and I will bring the sword upon thee: I, Jehovah, have spoken it.
Bible in Basic English (BBE) And I will send on you need of food and evil beasts, and they will be a cause of loss to you; and disease and violent death will go through you; and I will send the sword on you: I the Lord have said it.
Darby English Bible (DBY) And I will send upon you famine and evil beasts, which shall bereave thee of children; and pestilence and blood shall pass through thee; and I will bring the sword upon thee: I, Jehovah, have spoken.
World English Bible (WEB) and I will send on you famine and evil animals, and they shall bereave you; and pestilence and blood shall pass through you; and I will bring the sword on you: I, Yahweh, have spoken it.
Young's Literal Translation (YLT) And I have sent on you famine and evil beasts, And they have bereaved thee, And pestilence and blood pass over on thee, And a sword I do bring in against thee, I, Jehovah, have spoken!'
Cross Reference Exodus 23:29 in Oriya 29 ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
Leviticus 26:22 in Oriya 22 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
Deuteronomy 32:24 in Oriya 24 ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।
2 Kings 17:25 in Oriya 25 ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
Jeremiah 15:3 in Oriya 3 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।
Ezekiel 5:12 in Oriya 12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ଼୍ଗ ନିଷ୍କୋଷ କରିବା।
Ezekiel 5:15 in Oriya 15 ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
Ezekiel 6:12 in Oriya 12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ଼୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
Ezekiel 14:15 in Oriya 15 ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
Ezekiel 14:19 in Oriya 19 ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
Ezekiel 14:21 in Oriya 21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ?
Ezekiel 17:21 in Oriya 21 ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ୍ଗରେ ପତିତ ହେବେ ଓ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”
Ezekiel 17:24 in Oriya 24 ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ।
Ezekiel 21:3 in Oriya 3 ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ଼୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
Ezekiel 21:32 in Oriya 32 ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତି ପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”
Ezekiel 22:14 in Oriya 14 ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।
Ezekiel 23:47 in Oriya 47 ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ଼୍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ର କନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ।
Ezekiel 26:14 in Oriya 14 ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 30:12 in Oriya 12 ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
Ezekiel 33:27 in Oriya 27 ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଜୀବିତଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ଼୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥା'ନ୍ତି, ସେମାନେ ମହାମାରୀରେ ମରିବେ।
Ezekiel 34:25 in Oriya 25 ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।
Ezekiel 37:14 in Oriya 14 ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ଦେବା, ତହିଁରେ ତୁମ୍ଭେମାନେ ଜୀବିତ ହେବ, ପୁଣି, ଆମ୍ଭେ ତୁମ୍ଭମାନଙ୍କ ନିଜ ଦେଶରେ ତୁମ୍ଭମାନଙ୍କୁ ବସାଇବା; ତହିଁରେ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସଫଳ କରିଅଛୁ ବୋଲି ତୁମ୍ଭେମାନେ ଜାଣିବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 38:22 in Oriya 22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।