Ezekiel 5:8 in Oriya 8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।
Other Translations King James Version (KJV) Therefore thus saith the Lord GOD; Behold, I, even I, am against thee, and will execute judgments in the midst of thee in the sight of the nations.
American Standard Version (ASV) therefore thus saith the Lord Jehovah: Behold, I, even I, am against thee; and I will execute judgments in the midst of thee in the sight of the nations.
Bible in Basic English (BBE) For this cause the Lord has said: See, I, even I, am against you; and I will be judging among you before the eyes of the nations.
Darby English Bible (DBY) therefore thus saith the Lord Jehovah: Behold, I, even I, am against thee, and will execute judgments in the midst of thee in the sight of the nations;
World English Bible (WEB) therefore thus says the Lord Yahweh: Behold, I, even I, am against you; and I will execute judgments in the midst of you in the sight of the nations.
Young's Literal Translation (YLT) Therefore, thus said the Lord Jehovah: Lo, I `am' against thee, even I, And I have done in thy midst judgments, Before the eyes of the nations.
Cross Reference Leviticus 26:17 in Oriya 17 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
Deuteronomy 29:20 in Oriya 20 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।
Deuteronomy 29:23 in Oriya 23 ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟିମ୍ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);
1 Kings 9:8 in Oriya 8 ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ ?
Jeremiah 21:5 in Oriya 5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।
Jeremiah 21:13 in Oriya 13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ ?”
Jeremiah 22:8 in Oriya 8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, “ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ ?”
Jeremiah 24:9 in Oriya 9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
Jeremiah 50:7 in Oriya 7 ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।
Lamentations 2:5 in Oriya 5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
Lamentations 2:15 in Oriya 15 ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ?
Lamentations 3:3 in Oriya 3 ସେ ନିଶ୍ଚୟ ମୋ' ବିରୁଦ୍ଧରେ ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।
Ezekiel 11:9 in Oriya 9 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ବିଚାର ସାଧନ କରିବା।
Ezekiel 15:7 in Oriya 7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 21:3 in Oriya 3 ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ଼୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
Ezekiel 25:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Ezekiel 26:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;
Ezekiel 28:22 in Oriya 22 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
Ezekiel 29:6 in Oriya 6 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ। କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି।
Ezekiel 35:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
Ezekiel 35:10 in Oriya 10 ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, “ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋ'ର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା,”
Ezekiel 39:1 in Oriya 1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
Zechariah 14:2 in Oriya 2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।
Matthew 22:7 in Oriya 7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ।