Ezekiel 6:6 in Oriya 6 ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ।
Other Translations King James Version (KJV) In all your dwellingplaces the cities shall be laid waste, and the high places shall be desolate; that your altars may be laid waste and made desolate, and your idols may be broken and cease, and your images may be cut down, and your works may be abolished.
American Standard Version (ASV) In all your dwelling-places the cities shall be laid waste, and the high places shall be desolate; that your altars may be laid waste and made desolate, and your idols may be broken and cease, and your sun-images may be hewn down, and your works may be abolished.
Bible in Basic English (BBE) In all your living-places the towns will become broken walls, and the high places made waste; so that your altars may be broken down and made waste, and your images broken and ended, and so that your sun-images may be cut down and your works rubbed out.
Darby English Bible (DBY) In all your dwelling-places the cities shall be laid waste, and the high places shall be desolate; that your altars may be laid waste and made desolate, and your idols may be broken and cease, and your sun-images may be cut down, and your works may be abolished.
World English Bible (WEB) In all your dwelling-places the cities shall be laid waste, and the high places shall be desolate; that your altars may be laid waste and made desolate, and your idols may be broken and cease, and your sun-images may be hewn down, and your works may be abolished.
Young's Literal Translation (YLT) In all your dwellings the cities are laid waste, And the high places are desolate, So that waste and desolate are your altars, And broken and ceased have your idols, And cut down have been your images, And blotted out have been your works.
Cross Reference Leviticus 26:30 in Oriya 30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
Psalm 115:8 in Oriya 8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
Isaiah 1:31 in Oriya 31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Isaiah 2:18 in Oriya 18 ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।
Isaiah 2:20 in Oriya 20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
Isaiah 6:11 in Oriya 11 ତେବେ ମୁଁ କହିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
Isaiah 24:1 in Oriya 1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।
Isaiah 27:9 in Oriya 9 ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ।
Isaiah 32:13 in Oriya 13 ମୋ' ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
Isaiah 64:10 in Oriya 10 ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
Jeremiah 2:15 in Oriya 15 ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ ବିହୀନ ହୋଇଅଛି।
Jeremiah 9:11 in Oriya 11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।
Jeremiah 9:19 in Oriya 19 କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।
Jeremiah 10:22 in Oriya 22 କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।
Jeremiah 17:3 in Oriya 3 ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।
Jeremiah 34:22 in Oriya 22 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
Ezekiel 5:14 in Oriya 14 ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ-ସ୍ଥାନ ଓ ନିନ୍ଦାର ପାତ୍ର କରିବା।
Ezekiel 6:4 in Oriya 4 ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟ-ପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇ ଦେବା।
Ezekiel 16:39 in Oriya 39 ଆମ୍ଭେ, ମଧ୍ୟ ତୁମ୍ଭକୁ ସେମାନଙ୍କ ହସ୍ତରେ ସମର୍ପଣ କରିବା, ତହିଁରେ ସେମାନେ ତୁମ୍ଭର ମନ୍ଦିର ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀସବୁ ଉତ୍ପାଟନ କରିବେ; ପୁଣି, ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାରସବୁ ହରଣ କରି ନେବେ; ଆଉ, ସେମାନେ ତୁମ୍ଭକୁ ବିବସନା ଓ ଉଲଙ୍ଗିନୀ କରି ଛାଡ଼ି ଦେବେ।
Ezekiel 30:13 in Oriya 13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।
Hosea 10:2 in Oriya 2 ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।
Hosea 10:8 in Oriya 8 ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, “ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।”
Micah 1:7 in Oriya 7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।
Micah 3:12 in Oriya 12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
Micah 5:13 in Oriya 13 ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା; ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।
Habakkuk 2:18 in Oriya 18 ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?
Zephaniah 1:2 in Oriya 2 ସଦାପ୍ରଭୁ କହନ୍ତି, ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,
Zephaniah 1:18 in Oriya 18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।
Zephaniah 3:6 in Oriya 6 ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ।
Zechariah 13:2 in Oriya 2 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।