Ezekiel 7:11 in Oriya 11 ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।
Other Translations King James Version (KJV) Violence is risen up into a rod of wickedness: none of them shall remain, nor of their multitude, nor of any of their's: neither shall there be wailing for them.
American Standard Version (ASV) Violence is risen up into a rod of wickedness; none of them `shall remain', nor of their multitude, nor of their wealth: neither shall there be eminency among them.
Bible in Basic English (BBE) Violent behaviour has been lifted up into a rod of evil; it will not be slow in coming, it will not keep back.
Darby English Bible (DBY) Violence is risen up into a rod of wickedness: nothing of them [shall remain], nor of their multitude, nor of their wealth, nor of the magnificence in the midst of them.
World English Bible (WEB) Violence is risen up into a rod of wickedness; none of them [shall remain], nor of their multitude, nor of their wealth: neither shall there be eminency among them.
Young's Literal Translation (YLT) The violence hath risen to a rod of wickedness, There is none of them, nor of their multitude, Nor of their noise, nor is there wailing for them.
Cross Reference Psalm 78:64 in Oriya 64 ସେମାନଙ୍କ ଯାଜକଗଣ ଖଡ଼୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।
Isaiah 5:7 in Oriya 7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
Isaiah 9:4 in Oriya 4 କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।
Isaiah 14:29 in Oriya 29 ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।
Isaiah 59:6 in Oriya 6 ସେମାନଙ୍କର ଜାଲ ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ।
Jeremiah 6:7 in Oriya 7 ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।
Jeremiah 16:5 in Oriya 5 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।
Jeremiah 22:18 in Oriya 18 ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।”
Jeremiah 25:33 in Oriya 33 ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।”
Ezekiel 5:4 in Oriya 4 ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ ବଂଶ ମଧ୍ୟକୁ ଆସିବ।”
Ezekiel 5:11 in Oriya 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।”
Ezekiel 6:11 in Oriya 11 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ,ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ ! କାରଣ ସେମାନେ ଖଡ଼୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।
Ezekiel 7:2 in Oriya 2 ହେ ମନୁଷ୍ୟ ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମ କାଳ, ଦେଶର ଚାରି କୋଣରେ ଅନ୍ତିମ କାଳ ଉପସ୍ଥିତ ହୋଇଅଛି।
Ezekiel 7:16 in Oriya 16 ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।
Ezekiel 7:23 in Oriya 23 ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ।
Ezekiel 24:16 in Oriya 16 “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।
Amos 3:10 in Oriya 10 କାରଣ ସଦାପ୍ରଭୁ କହନ୍ତି , “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”
Amos 6:3 in Oriya 3 ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;
Micah 2:2 in Oriya 2 ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
Micah 3:3 in Oriya 3 ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।
Micah 6:12 in Oriya 12 ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
Zephaniah 1:18 in Oriya 18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।
James 2:13 in Oriya 13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।