Ezekiel 7:20 in Oriya 20 ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
Other Translations King James Version (KJV) As for the beauty of his ornament, he set it in majesty: but they made the images of their abominations and of their detestable things therein: therefore have I set it far from them.
American Standard Version (ASV) As for the beauty of his ornament, he set it in majesty; but they made the images of their abominations `and' their detestable things therein: therefore have I made it unto them as an unclean thing.
Bible in Basic English (BBE) As for their beautiful ornament, they had put it on high, and had made the images of their disgusting and hated things in it: for this cause I have made it an unclean thing to them.
Darby English Bible (DBY) And he set in majesty his beautiful ornament; but they made therein the images of their abominations [and] of their detestable things: therefore have I made it an impurity unto them.
World English Bible (WEB) As for the beauty of his ornament, he set it in majesty; but they made the images of their abominations [and] their detestable things therein: therefore have I made it to them as an unclean thing.
Young's Literal Translation (YLT) As to the beauty of his ornament, For excellency He set it, And the images of their abominations, Their detestable things -- they made in it, Therefore I have given it to them for impurity,
Cross Reference 2 Kings 21:4 in Oriya 4 ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
2 Kings 21:7 in Oriya 7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।
2 Kings 23:11 in Oriya 11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରୀ ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।
1 Chronicles 29:1 in Oriya 1 ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।
2 Chronicles 2:9 in Oriya 9 ଆଉ ଦେଖନ୍ତୁ, ମୋ' ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ୍ ହେବ।
2 Chronicles 3:1 in Oriya 1 ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।
2 Chronicles 33:4 in Oriya 4 ପୁଣି, ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
2 Chronicles 36:14 in Oriya 14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
Ezra 3:12 in Oriya 12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚୈଃସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;
Psalm 48:2 in Oriya 2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
Psalm 50:2 in Oriya 2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
Psalm 87:2 in Oriya 2 ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।
Isaiah 64:11 in Oriya 11 ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
Jeremiah 7:14 in Oriya 14 ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା !
Jeremiah 7:30 in Oriya 30 ଯେହେତୁ ସଦାପ୍ରଭୁ କହନ୍ତି, ‘ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।
Lamentations 1:10 in Oriya 10 ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।
Lamentations 2:1 in Oriya 1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
Lamentations 2:7 in Oriya 7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।
Ezekiel 5:11 in Oriya 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।”
Ezekiel 7:22 in Oriya 22 ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ।
Ezekiel 8:7 in Oriya 7 ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି।
Ezekiel 8:15 in Oriya 15 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏଉତ୍ତାରେ ତୁମ୍ଭେ ଏଥି ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”
Ezekiel 9:7 in Oriya 7 ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରି ଯାଇ ନଗର ମଧ୍ୟରେ ସଂହାର କଲେ।
Ezekiel 24:21 in Oriya 21 ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍ଗରେ ପତିତ ହେବେ।
Haggai 2:3 in Oriya 3 ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି ? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ ?