Ezekiel 7:26 in Oriya 26 ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍-ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ।
Other Translations King James Version (KJV) Mischief shall come upon mischief, and rumour shall be upon rumour; then shall they seek a vision of the prophet; but the law shall perish from the priest, and counsel from the ancients.
American Standard Version (ASV) Mischief shall come upon mischief, and rumor shall be upon rumor; and they shall seek a vision of the prophet; but the law shall perish from the priest, and counsel from the elders.
Bible in Basic English (BBE) Destruction will come on destruction, and one story after another; and the vision of the prophet will be shamed, and knowledge of the law will come to an end among the priests, and wisdom among the old.
Darby English Bible (DBY) Mischief shall come upon mischief, and rumour shall be upon rumour; and they shall seek a vision from a prophet; but the law shall perish from the priest, and counsel from the elders.
World English Bible (WEB) Mischief shall come on mischief, and rumor shall be on rumor; and they shall seek a vision of the prophet; but the law shall perish from the priest, and counsel from the elders.
Young's Literal Translation (YLT) Mischief on mischief cometh, and report is on report, And they have sought a vision from a prophet, And law doth perish from the priest, And counsel from the elders,
Cross Reference Leviticus 26:18 in Oriya 18 ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।
Leviticus 26:21 in Oriya 21 ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।
Leviticus 26:24 in Oriya 24 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।
Leviticus 26:28 in Oriya 28 ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।
Deuteronomy 32:23 in Oriya 23 ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।
Psalm 74:9 in Oriya 9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
Isaiah 47:11 in Oriya 11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ।
Jeremiah 4:20 in Oriya 20 ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।
Jeremiah 18:18 in Oriya 18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
Jeremiah 21:2 in Oriya 2 “ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
Jeremiah 37:17 in Oriya 17 ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି ?” ତହିଁରେ ଯିରିମୀୟ କହିଲେ, “ଆସିଅଛି।” ସେ ଆହୁରି କହିଲେ, “ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”
Jeremiah 38:14 in Oriya 14 ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋ'ଠାରୁ କିଛି ଗୋପନ କରିବ ନାହିଁ।”
Lamentations 2:9 in Oriya 9 ତାହାର ନଗର-ଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପା'ନ୍ତି ନାହିଁ।
Ezekiel 8:1 in Oriya 1 ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୂଦାର ପ୍ରାଚୀନମାନେ ମୋ' ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ଅଧିଷ୍ଠିତ ହେଲା।
Ezekiel 14:1 in Oriya 1 ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋ' ନିକଟକୁ ଆସି ମୋ' ସମ୍ମୁଖରେ ବସିଲେ।
Ezekiel 20:1 in Oriya 1 ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋ' ସମ୍ମୁଖରେ ବସିଲେ।
Ezekiel 33:31 in Oriya 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
Amos 8:11 in Oriya 11 ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
Micah 3:6 in Oriya 6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।