Ezekiel 7:4 in Oriya 4 ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Other Translations King James Version (KJV) And mine eye shall not spare thee, neither will I have pity: but I will recompense thy ways upon thee, and thine abominations shall be in the midst of thee: and ye shall know that I am the LORD.
American Standard Version (ASV) And mine eye shall not spare thee, neither will I have pity; but I will bring thy ways upon thee, and thine abominations shall be in the midst of thee: and ye shall know that I am Jehovah.
Bible in Basic English (BBE) My eye will not have mercy on you, and I will have no pity: but I will send the punishment of your ways on you, and your disgusting works will be among you: and you will be certain that I am the Lord.
Darby English Bible (DBY) And mine eye shall not spare thee, neither will I have pity; but I will bring thy ways upon thee, and thine abominations shall be in the midst of thee; and ye shall know that I [am] Jehovah.
World English Bible (WEB) My eye shall not spare you, neither will I have pity; but I will bring your ways on you, and your abominations shall be in the midst of you: and you shall know that I am Yahweh.
Young's Literal Translation (YLT) And no pity on thee hath Mine eye, nor do I spare, For thy ways against thee I do set, And thine abominations are in thy midst, And ye have known that I `am' Jehovah.
Cross Reference Jeremiah 13:14 in Oriya 14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।'”
Jeremiah 16:18 in Oriya 18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
Jeremiah 25:14 in Oriya 14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”
Ezekiel 5:11 in Oriya 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।”
Ezekiel 6:7 in Oriya 7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 6:14 in Oriya 14 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Ezekiel 7:9 in Oriya 9 ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 7:27 in Oriya 27 ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 8:18 in Oriya 18 ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
Ezekiel 9:10 in Oriya 10 ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”
Ezekiel 11:21 in Oriya 21 ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Ezekiel 12:20 in Oriya 20 ଆଉ, ବସତିବିଶିଷ୍ଟ ନଗରସବୁ ନଷ୍ଟ ଓ ଦେଶ ଧ୍ୱଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 16:43 in Oriya 43 ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ” , ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।
Ezekiel 22:31 in Oriya 31 ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 23:31 in Oriya 31 ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା।
Ezekiel 23:49 in Oriya 49 ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ବନ୍ଧୀୟ ପାପସକଳର ଭାର ବହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 24:14 in Oriya 14 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରି ଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Hosea 9:7 in Oriya 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
Hosea 12:2 in Oriya 2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
Zechariah 11:6 in Oriya 6 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ।”
Hebrews 10:30 in Oriya 30 କାରଣ ‘ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,'ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, ‘ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ'।