Ezekiel 7:8 in Oriya 8 ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
Other Translations King James Version (KJV) Now will I shortly pour out my fury upon thee, and accomplish mine anger upon thee: and I will judge thee according to thy ways, and will recompense thee for all thine abominations.
American Standard Version (ASV) Now will I shortly pour out my wrath upon thee, and accomplish mine anger against thee, and will judge thee according to thy ways; and I will bring upon thee all thine abominations.
Bible in Basic English (BBE) Now, in a little time, I will let loose my passion on you, and give full effect to my wrath against you, judging you for your ways, and sending punishment on you for all your disgusting works.
Darby English Bible (DBY) Now will I soon pour out my fury upon thee, and accomplish mine anger against thee; and I will judge thee according to thy ways, and will bring upon thee all thine abominations.
World English Bible (WEB) Now will I shortly pour out my wrath on you, and accomplish my anger against you, and will judge you according to your ways; and I will bring on you all your abominations.
Young's Literal Translation (YLT) Now, shortly I pour out My fury on thee, And have completed Mine anger against thee, And judged thee according to thy ways, And set against thee all thine abominations.
Cross Reference 2 Chronicles 34:21 in Oriya 21 ତୁମ୍ଭେମାନେ ଯାଇ ମୋ' ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି।
Psalm 79:6 in Oriya 6 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।
Isaiah 42:25 in Oriya 25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳି ଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।
Jeremiah 7:20 in Oriya 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।'
Lamentations 2:4 in Oriya 4 ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
Lamentations 4:11 in Oriya 11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
Ezekiel 6:12 in Oriya 12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ଼୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
Ezekiel 7:3 in Oriya 3 ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
Ezekiel 9:8 in Oriya 8 ଆଉ, ସେମାନେ ଯେତେବେଳେ ସଂହାର କରୁଥିଲେ, ସେତେବେଳେ ମୁଁ ଅବଶିଷ୍ଟ ରହିଲି, ତହିଁରେ ମୁଁ ଉବୁଡ଼ ହୋଇ କ୍ରନ୍ଦନ କରି କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ତୁମ୍ଭେ କି ଯିରୂଶାଲମ ଉପରେ ଆପଣା କୋପ ଢାଳି ଦେଇ ଇସ୍ରାଏଲର ସମୁଦାୟ ଅବଶିଷ୍ଟାଂଶକୁ ବିନାଶ କରିବ ?”
Ezekiel 14:19 in Oriya 19 ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
Ezekiel 20:8 in Oriya 8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:13 in Oriya 13 ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:21 in Oriya 21 ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:33 in Oriya 33 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;
Ezekiel 22:31 in Oriya 31 ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 30:15 in Oriya 15 ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକସମୂହକୁ ଉଚ୍ଛିନ୍ନ କରିବା।
Ezekiel 36:18 in Oriya 18 ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,
Daniel 9:11 in Oriya 11 ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
Daniel 9:27 in Oriya 27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକର ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶକର ଉପରେ କ୍ରୋଧ ଢଳାଯିବ।
Hosea 5:10 in Oriya 10 ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା।
Nahum 1:6 in Oriya 6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
Revelation 14:10 in Oriya 10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଇଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
Revelation 16:2 in Oriya 2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା।