Ezekiel 9:9 in Oriya 9 ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୂଦା- ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।
Other Translations King James Version (KJV) Then said he unto me, The iniquity of the house of Israel and Judah is exceeding great, and the land is full of blood, and the city full of perverseness: for they say, The LORD hath forsaken the earth, and the LORD seeth not.
American Standard Version (ASV) Then said he unto me, The iniquity of the house of Israel and Judah is exceeding great, and the land is full of blood, and the city full of wrestling `of judgment': for they say, Jehovah hath forsaken the land, and Jehovah seeth not.
Bible in Basic English (BBE) Then he said to me, The sin of the children of Israel and Judah is very, very great, and the land is full of blood and the town full of evil ways: for they say, The Lord has gone away from the land, and the Lord does not see.
Darby English Bible (DBY) And he said unto me, The iniquity of the house of Israel and Judah is exceeding great, and the land is full of blood, and the city full of perverseness; for they say, Jehovah hath forsaken the earth, and Jehovah seeth not.
World English Bible (WEB) Then said he to me, The iniquity of the house of Israel and Judah is exceeding great, and the land is full of blood, and the city full of wrestling [of judgment]: for they say, Yahweh has forsaken the land, and Yahweh doesn't see.
Young's Literal Translation (YLT) And He saith unto me, `The iniquity of the house of Israel and Judah `is' very very great, and the land is full of blood, and the city hath been full of perverseness, for they have said: Jehovah hath forsaken the land, and Jehovah is not seeing.
Cross Reference Deuteronomy 31:29 in Oriya 29 ଯେହେତୁ ମୋ' ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।
Deuteronomy 32:5 in Oriya 5 ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ।
Deuteronomy 32:15 in Oriya 15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
2 Kings 17:7 in Oriya 7 ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,
2 Kings 21:16 in Oriya 16 ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।
2 Kings 24:4 in Oriya 4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।
2 Chronicles 36:14 in Oriya 14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
Job 22:13 in Oriya 13 ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ'ଣ ଜାଣନ୍ତି ?' ସେ ନିବିଡ଼ ଅନ୍ଧକାର ଦେଇ କ'ଣ ବିଚାର କରିପାରନ୍ତି ?
Psalm 10:11 in Oriya 11 ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”
Psalm 94:7 in Oriya 7 ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।
Isaiah 1:4 in Oriya 4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
Isaiah 29:15 in Oriya 15 ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?”
Isaiah 59:2 in Oriya 2 ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
Isaiah 59:12 in Oriya 12 କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
Jeremiah 2:34 in Oriya 34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।
Jeremiah 5:1 in Oriya 1 ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
Jeremiah 7:8 in Oriya 8 ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।
Jeremiah 22:17 in Oriya 17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।
Lamentations 4:13 in Oriya 13 ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
Ezekiel 7:23 in Oriya 23 ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ।
Ezekiel 8:12 in Oriya 12 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”
Ezekiel 8:17 in Oriya 17 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୂଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
Ezekiel 22:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।”
Ezekiel 22:25 in Oriya 25 ତାହାର ଭବିଷ୍ୟଦ୍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
Micah 3:1 in Oriya 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
Micah 3:9 in Oriya 9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Zephaniah 3:1 in Oriya 1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
Matthew 23:35 in Oriya 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Luke 11:50 in Oriya 50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,