Ezra 7:6 in Oriya 6 ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।
Other Translations King James Version (KJV) This Ezra went up from Babylon; and he was a ready scribe in the law of Moses, which the LORD God of Israel had given: and the king granted him all his request, according to the hand of the LORD his God upon him.
American Standard Version (ASV) this Ezra went up from Babylon: and he was a ready scribe in the law of Moses, which Jehovah, the God of Israel, had given; and the king granted him all his request, according to the hand of Jehovah his God upon him.
Bible in Basic English (BBE) This Ezra went up from Babylon; and he was a scribe, expert in the law of Moses which the Lord, the God of Israel, had given: and the king, moved by the Lord his God, gave him whatever he made request for.
Darby English Bible (DBY) -- this Ezra went up from Babylon; and he was a ready scribe in the law of Moses, which Jehovah the God of Israel had given. And the king granted him all his request, according to the hand of Jehovah his God upon him.
Webster's Bible (WBT) This Ezra went from Babylon; and he was a ready scribe in the law of Moses, which the LORD God of Israel had given: and the king granted him all his request, according to the hand of the LORD his God upon him.
World English Bible (WEB) this Ezra went up from Babylon: and he was a ready scribe in the law of Moses, which Yahweh, the God of Israel, had given; and the king granted him all his request, according to the hand of Yahweh his God on him.
Young's Literal Translation (YLT) Ezra himself hath come up from Babylon, and he `is' a scribe ready in the law of Moses, that Jehovah God of Israel gave, and the king giveth to him -- according to the hand of Jehovah his God upon him -- all his request.
Cross Reference Genesis 32:28 in Oriya 28 ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
Deuteronomy 4:5 in Oriya 5 ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।
Deuteronomy 28:1 in Oriya 1 ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।
Ezra 5:5 in Oriya 5 ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ।
Ezra 6:22 in Oriya 22 ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।
Ezra 7:9 in Oriya 9 କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।
Ezra 7:11 in Oriya 11 ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା,
Ezra 7:21 in Oriya 21 ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,
Ezra 7:28 in Oriya 28 ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋ' ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋ' ପ୍ରତି ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋ' ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।
Ezra 8:18 in Oriya 18 ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;
Ezra 8:22 in Oriya 22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
Ezra 8:31 in Oriya 31 ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ।
Nehemiah 1:10 in Oriya 10 ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ୍ ହସ୍ତ ଦ୍ୱାରା ମୁକ୍ତ କରିଅଛ।
Nehemiah 2:8 in Oriya 8 ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ୱାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶ ଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ।” ତହିଁରେ ମୋ' ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ।
Nehemiah 2:12 in Oriya 12 ତହୁଁ ରାତ୍ରିରେ ମୁଁ ଓ ମୋ' ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୁଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋ' ସଙ୍ଗରେ ନ ଥିଲା।
Nehemiah 2:18 in Oriya 18 ତହୁଁ ମୋ' ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋ' ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।
Nehemiah 4:15 in Oriya 15 ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ।
Nehemiah 8:4 in Oriya 4 ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ୍, ମଲକୀୟ, ହଶୁମ୍, ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ।
Nehemiah 8:9 in Oriya 9 ପୁଣି, ଶାସନକର୍ତ୍ତା ନିହିମିୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।
Nehemiah 8:13 in Oriya 13 ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।
Nehemiah 12:26 in Oriya 26 ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ ସମୟରେ, ଆଉ ଶାସନକର୍ତ୍ତା ନିହିମିୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ।
Nehemiah 12:36 in Oriya 36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ, ମିଲଲୟ, ଗିଲଲୟ, ମାୟିୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;
Psalm 45:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍। ପ୍ରେମ ଗୀତ। ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ' ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।
Proverbs 3:6 in Oriya 6 ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
Isaiah 50:2 in Oriya 2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
Isaiah 59:1 in Oriya 1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
Jeremiah 8:8 in Oriya 8 ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।
Matthew 13:52 in Oriya 52 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
1 Corinthians 1:20 in Oriya 20 ଜ୍ଞାନୀ କାହିଁ ? ଶାସ୍ତ୍ରୀ କାହିଁ ? ଏହି ଯୁଗର ତାର୍କିକ କାହିଁ ? ଈଶ୍ୱର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାଁନ୍ତି ?
1 Corinthians 15:1 in Oriya 1 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।