Ezra 8:21 in Oriya 21 ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ।
Other Translations King James Version (KJV) Then I proclaimed a fast there, at the river of Ahava, that we might afflict ourselves before our God, to seek of him a right way for us, and for our little ones, and for all our substance.
American Standard Version (ASV) Then I proclaimed a fast there, at the river Ahava, that we might humble ourselves before our God, to seek of him a straight way for us, and for our little ones, and for all our substance.
Bible in Basic English (BBE) Then I gave orders for a time of going without food, there by the river Ahava, so that we might make ourselves low before our God in prayer, requesting from him a straight way for us and for our little ones and for all our substance.
Darby English Bible (DBY) And I proclaimed a fast there, at the river Ahava, that we might humble ourselves before our God, to seek of him a right way for us, and for our little ones, and for all our substance.
Webster's Bible (WBT) Then I proclaimed a fast there, at the river Ahava, that we might afflict ourselves before our God, to seek of him a right way for us, and for our little ones, and for all our substance.
World English Bible (WEB) Then I proclaimed a fast there, at the river Ahava, that we might humble ourselves before our God, to seek of him a straight way for us, and for our little ones, and for all our substance.
Young's Literal Translation (YLT) And I proclaim there a fast, by the river Ahava, to afflict ourselves before our God, to seek from Him a right way for us, and for our infants, and for all our substance,
Cross Reference Leviticus 16:29 in Oriya 29 ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।
Leviticus 16:31 in Oriya 31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।
Leviticus 23:29 in Oriya 29 ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Numbers 14:3 in Oriya 3 ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ଼୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି ? ଯଦ୍ଦ୍ଵାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ ?”
Numbers 14:31 in Oriya 31 ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।
Judges 20:26 in Oriya 26 ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବୈଥେଲ୍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
1 Samuel 7:6 in Oriya 6 ତହୁଁ ସେମାନେ ମିସ୍ପୀରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହିଦିନ ଉପବାସ କରି ସେହିଠାରେ କହିଲେ, ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଏଉତ୍ତାରେ ଶାମୁୟେଲ ମିସ୍ପୀରେ ଇସ୍ରାଏଲ-ସନ୍ତାନଗଣର ବିଚାର କଲେ।
2 Chronicles 20:3 in Oriya 3 ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।
Ezra 8:15 in Oriya 15 ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।
Ezra 8:31 in Oriya 31 ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ।
Psalm 5:8 in Oriya 8 ହେ ସଦାପ୍ରଭୁ, ମୋ' ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ' ସମ୍ମୁଖରେ ତୁମ୍ଭର ପଥ ସରଳ କର।
Psalm 8:2 in Oriya 2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
Psalm 107:2 in Oriya 2 ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
Psalm 143:8 in Oriya 8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
Proverbs 3:6 in Oriya 6 ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
Isaiah 30:21 in Oriya 21 ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”
Isaiah 35:8 in Oriya 8 ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।
Isaiah 42:16 in Oriya 16 ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।
Isaiah 49:10 in Oriya 10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
Isaiah 58:3 in Oriya 3 ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
Isaiah 58:5 in Oriya 5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କ'ଣ ମନୋନୀତ କରିଅଛୁ ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ ?
Jeremiah 10:23 in Oriya 23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦ ବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।
Jeremiah 31:8 in Oriya 8 ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।
Jeremiah 50:4 in Oriya 4 ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।
Joel 1:14 in Oriya 14 ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।
Joel 2:12 in Oriya 12 ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।”
Jonah 3:5 in Oriya 5 ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।
Mark 10:13 in Oriya 13 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ।
Acts 2:39 in Oriya 39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।