Ezra 9:8 in Oriya 8 ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।
Other Translations King James Version (KJV) And now for a little space grace hath been shewed from the LORD our God, to leave us a remnant to escape, and to give us a nail in his holy place, that our God may lighten our eyes, and give us a little reviving in our bondage.
American Standard Version (ASV) And now for a little moment grace hath been showed from Jehovah our God, to leave us a remnant to escape, and to give us a nail in his holy place, that our God may lighten our eyes, and give us a little reviving in our bondage.
Bible in Basic English (BBE) And now for a little time grace has come to us from the Lord our God, to let a small band of us get free and to give us a nail in his holy place, so that our God may give light to our eyes and a measure of new life in our prison chains.
Darby English Bible (DBY) And now for a little space there hath been favour from Jehovah our God, to leave us a remnant to escape, and to give us a nail in his holy place, that our God may lighten our eyes, and give us a little reviving in our bondage.
Webster's Bible (WBT) And now for a little space grace hath been shown from the LORD our God, to leave us a remnant to escape, and to give us a nail in his holy place, that our God may lighten our eyes, and give us a little reviving in our bondage.
World English Bible (WEB) Now for a little moment grace has been shown from Yahweh our God, to leave us a remnant to escape, and to give us a nail in his holy place, that our God may lighten our eyes, and give us a little reviving in our bondage.
Young's Literal Translation (YLT) `And now, as a small moment hath grace been from Jehovah our God, to leave to us an escape, and to give to us a nail in His holy place, by our God's enlightening our eyes, and by giving us a little quickening in our servitude;
Cross Reference 1 Samuel 14:27 in Oriya 27 ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।
1 Samuel 14:29 in Oriya 29 ତହିଁରେ ଯୋନାଥନ କହିଲା, ମୋ' ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି !
2 Kings 19:4 in Oriya 4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
2 Kings 19:30 in Oriya 30 ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
Ezra 9:9 in Oriya 9 କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।
Ezra 9:13 in Oriya 13 ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ୍ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
Nehemiah 1:11 in Oriya 11 ହେ ପ୍ରଭୁ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
Nehemiah 9:31 in Oriya 31 ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
Job 33:30 in Oriya 30 ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି।
Psalm 13:3 in Oriya 3 ହେ ସଦାପ୍ରଭୁ, ମୋ' ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
Psalm 34:5 in Oriya 5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
Psalm 85:6 in Oriya 6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ?
Psalm 138:7 in Oriya 7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋ' ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
Ecclesiastes 12:11 in Oriya 11 ଜ୍ଞାନବାନ୍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
Isaiah 1:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା'ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା'ନ୍ତୁ।
Isaiah 22:23 in Oriya 23 ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।
Isaiah 56:5 in Oriya 5 ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।”
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Jeremiah 42:2 in Oriya 2 “ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।
Jeremiah 44:14 in Oriya 14 ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ।”
Ezekiel 6:8 in Oriya 8 ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ଼୍ଗରୁ ରକ୍ଷା ପାଇବେ।
Ezekiel 14:22 in Oriya 22 ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ।
Ezekiel 37:11 in Oriya 11 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
Hosea 6:2 in Oriya 2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
Habakkuk 3:2 in Oriya 2 ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।
Zechariah 8:6 in Oriya 6 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି।
Zechariah 8:12 in Oriya 12 କାରଣ ଶାନ୍ତିଯୁକ୍ତ ବୀଜ ବୁଣା ଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।
Zechariah 10:4 in Oriya 4 ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।
Romans 9:27 in Oriya 27 ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;”
Romans 11:5 in Oriya 5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
Revelation 3:12 in Oriya 12 ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଇଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଇଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଇଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।