Galatians 1:8 in Oriya 8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
Other Translations King James Version (KJV) But though we, or an angel from heaven, preach any other gospel unto you than that which we have preached unto you, let him be accursed.
American Standard Version (ASV) But though we, or an angel from heaven, should preach unto you any gospel other than that which we preached unto you, let him be anathema.
Bible in Basic English (BBE) But even if we, or an angel from heaven, were to be a preacher to you of good news other than that which we have given you, let there be a curse on him.
Darby English Bible (DBY) But if even *we* or an angel out of heaven announce as glad tidings to you [anything] besides what we have announced as glad tidings to you, let him be accursed.
World English Bible (WEB) But even though we, or an angel from heaven, should preach to you any gospel other than that which we preached to you, let him be cursed.
Young's Literal Translation (YLT) but even if we or a messenger out of heaven may proclaim good news to you different from what we did proclaim to you -- anathema let him be!
Cross Reference Genesis 9:25 in Oriya 25 ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
Deuteronomy 27:15 in Oriya 15 “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍' (ଏହିପରି ହେଉ)।
Joshua 9:23 in Oriya 23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।
1 Samuel 26:19 in Oriya 19 ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା'ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।
Nehemiah 13:25 in Oriya 25 ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।”
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Mark 14:71 in Oriya 71 କିନ୍ତୁ ସେ ଅଭିଶାପ ଦେଇ ଓ ଶପଥ କରି କହିବାକୁ ଲାଗିଲେ, ତୁମ୍ଭେମାନେ ଯେଉଁ ଲୋକର କଥା କହୁଅଛ, ମୁଁ ତାକୁ ଜାଣେ ନାହିଁ।
Acts 23:14 in Oriya 14 ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଖାଇବୁ ନାହିଁ ବୋଲି ନିଜ ନିଜକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ।
Romans 9:3 in Oriya 3 କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି।
1 Corinthians 12:3 in Oriya 3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଇଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ' ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ' ବୋଲି କହିପାରେ ନାହିଁ।
1 Corinthians 16:22 in Oriya 22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
Galatians 1:9 in Oriya 9 ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Galatians 3:13 in Oriya 13 ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
1 Timothy 1:19 in Oriya 19 ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,
Titus 3:10 in Oriya 10 ଯେଉଁ ଲୋକମାନେ ଭ୍ରାନ୍ତ ମତାବଲମ୍ବୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ରୁହ;
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
Revelation 22:18 in Oriya 18 ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହି ସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ୱର ତାହା ପ୍ରତି ଘଟାଇବେ;