Galatians 2:4 in Oriya 4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
Other Translations King James Version (KJV) And that because of false brethren unawares brought in, who came in privily to spy out our liberty which we have in Christ Jesus, that they might bring us into bondage:
American Standard Version (ASV) and that because of the false brethren privily brought in, who came in privily to spy out our liberty which we have in Christ Jesus, that they might bring us into bondage:
Bible in Basic English (BBE) And that because of the false brothers let in secretly, who came searching out our free condition which we have in Christ Jesus, so that they might make servants of us;
Darby English Bible (DBY) and [it was] on account of the false brethren brought in surreptitiously, who came in surreptitiously to spy out our liberty which we have in Christ Jesus, that they might bring us into bondage;
World English Bible (WEB) This was because of the false brothers secretly brought in, who stole in to spy out our liberty which we have in Christ Jesus, that they might bring us into bondage;
Young's Literal Translation (YLT) and `that' because of the false brethren brought in unawares, who did come in privily to spy out our liberty that we have in Christ Jesus, that us they might bring under bondage,
Cross Reference Psalm 51:12 in Oriya 12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
Psalm 119:45 in Oriya 45 ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
Isaiah 51:23 in Oriya 23 ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”
John 8:31 in Oriya 31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
Acts 15:1 in Oriya 1 ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।
Acts 15:24 in Oriya 24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
Acts 20:30 in Oriya 30 ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
Romans 8:15 in Oriya 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
2 Corinthians 3:17 in Oriya 17 ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କଆତ୍ମା ସେଠାରେ ସ୍ୱାଧୀନତା।
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
2 Corinthians 11:17 in Oriya 17 ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି।
2 Corinthians 11:20 in Oriya 20 ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।
2 Corinthians 11:26 in Oriya 26 ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୂଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ,ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,
Galatians 3:23 in Oriya 23 ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।
Galatians 4:3 in Oriya 3 ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ
Galatians 4:9 in Oriya 9 କିନ୍ତୁ ଏବେ ଇଶ୍ବରଙ୍କ ପରିଚୟ ପାଇଅଛ; ବରଂ ଇଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ?
Galatians 4:25 in Oriya 25 ହାଗାର, ଏହି ଶବ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି।
Galatians 5:1 in Oriya 1 ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଯୁଆଳିରେ ଆଉ ଥରେ ଯୋଚା ନ ଯାଅ।
Galatians 5:10 in Oriya 10 ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେ କେହି ହେଉ, ଆପଣାର ଦଣ୍ଡ ବହନ କରିବ।
Galatians 5:12 in Oriya 12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା।
2 Timothy 3:6 in Oriya 6 କାରଣ ଏମାନଙ୍କ ମଧ୍ୟରେ ଏପରିଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;
1 Peter 2:16 in Oriya 16 ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଇଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
2 Peter 2:19 in Oriya 19 ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।
1 John 4:1 in Oriya 1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
Jude 1:4 in Oriya 4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଇଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।