Galatians 3:1 in Oriya 1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।
Other Translations King James Version (KJV) O foolish Galatians, who hath bewitched you, that ye should not obey the truth, before whose eyes Jesus Christ hath been evidently set forth, crucified among you?
American Standard Version (ASV) O foolish Galatians, who did bewitch you, before whose eyes Jesus Christ was openly set forth crucified?
Bible in Basic English (BBE) O foolish Galatians, by what strange powers have you been tricked, to whom it was made clear that Jesus Christ was put to death on the cross?
Darby English Bible (DBY) O senseless Galatians, who has bewitched you; to whom, as before your very eyes, Jesus Christ has been portrayed, crucified [among you]?
World English Bible (WEB) Foolish Galatians, who has bewitched you not to obey the truth, before whose eyes Jesus Christ was openly set forth among you as crucified?
Young's Literal Translation (YLT) O thoughtless Galatians, who did bewitch you, not to obey the truth -- before whose eyes Jesus Christ was described before among you crucified?
Cross Reference Deuteronomy 32:6 in Oriya 6 ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି ? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।
1 Samuel 13:13 in Oriya 13 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାଆନ୍ତେ।
Matthew 7:26 in Oriya 26 ଆଉ ଯେ କେହି ମୋର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୁର୍ଖ ଲୋକ ଭଳି ହେବ।
Matthew 24:24 in Oriya 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
Luke 24:25 in Oriya 25 ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
Acts 6:7 in Oriya 7 ଏଣୁ ଇଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।
Acts 8:9 in Oriya 9 କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଲୋକମାନଙ୍କୁ ଆଚମ୍ଭିତ କରୁଥିଲା;
Romans 2:8 in Oriya 8 କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।
Romans 6:17 in Oriya 17 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
Romans 10:16 in Oriya 16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ?'
1 Corinthians 1:23 in Oriya 23 କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,
1 Corinthians 2:2 in Oriya 2 କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।
1 Corinthians 11:26 in Oriya 26 କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ।
2 Corinthians 10:5 in Oriya 5 ଆମ୍ଭେମାନେ ତର୍କବିତର୍କସବୁ ଓ ଇଶ୍ବରଙ୍କ ଜ୍ଞାନବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,
2 Corinthians 11:3 in Oriya 3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
Galatians 1:6 in Oriya 6 ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
Galatians 2:14 in Oriya 14 କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?
Galatians 3:3 in Oriya 3 ତୁମ୍ଭେମାନେ କ'ଣ ଏପରି ନିର୍ବୋଧ ? ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ ?
Galatians 4:9 in Oriya 9 କିନ୍ତୁ ଏବେ ଇଶ୍ବରଙ୍କ ପରିଚୟ ପାଇଅଛ; ବରଂ ଇଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ?
Galatians 5:7 in Oriya 7 ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ ?
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Ephesians 4:14 in Oriya 14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
Ephesians 5:15 in Oriya 15 ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
1 Timothy 6:4 in Oriya 4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ,ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,
Hebrews 5:9 in Oriya 9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
Hebrews 11:8 in Oriya 8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।
1 Peter 1:22 in Oriya 22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
1 Peter 4:17 in Oriya 17 କାରଣ ଇଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଇଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।
Revelation 13:13 in Oriya 13 ସେ ମହା ମହା ଆଶ୍ଚର୍ଯ୍ୟକର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଏ।
Revelation 18:3 in Oriya 3 କାରଣ ଜାତିସମୂହ ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।