Cross Reference Deuteronomy 21:23 in Oriya 23 ତେବେ ତାହାର ଶବ ରାତ୍ରିସାରା ବୃକ୍ଷରେ ଟଙ୍ଗା ହୋଇ ରହିବ ନାହିଁ; ମାତ୍ର ତୁମ୍ଭେ କୌଣସି ପ୍ରକାରେ ସେହିଦିନ ତାହାକୁ କବର ଦେବ; କାରଣ ଯେ ଟଙ୍ଗାଯାଏ, ସେ ପରମେଶ୍ୱରଙ୍କ ଅଭିଶାପ ପାତ୍ର ଅଟେ। ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଭୂମି ଦେବେ, ତୁମ୍ଭେ ତାହା ଅଶୁଚି କରିବ ନାହିଁ।
Joshua 10:26 in Oriya 26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।
2 Samuel 17:23 in Oriya 23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
2 Samuel 18:10 in Oriya 10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି !”
2 Samuel 18:14 in Oriya 14 ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।
2 Samuel 21:3 in Oriya 3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି ?”
2 Samuel 21:9 in Oriya 9 ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।
2 Kings 22:19 in Oriya 19 ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
Esther 7:10 in Oriya 10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।
Esther 9:14 in Oriya 14 ଏଥିରେ ସେପରି କରାଯିବାକୁ ରାଜା ଆଜ୍ଞା ଦେଲେ ପୁଣି, ସେହି ଆଜ୍ଞା ଶୂଶନ୍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।
Isaiah 55:5 in Oriya 5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
Isaiah 55:10 in Oriya 10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;
Jeremiah 44:22 in Oriya 22 ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଶାପଗ୍ରସ୍ତ ଓ ନିବାସୀବିହୀନ ହୋଇଅଛି।
Jeremiah 49:13 in Oriya 13 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Daniel 9:26 in Oriya 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Matthew 26:28 in Oriya 28 ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
Matthew 27:5 in Oriya 5 ତୁ ତାହା ବୁଝ। ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା।
Acts 5:30 in Oriya 30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି।
Romans 3:24 in Oriya 24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
Romans 4:25 in Oriya 25 ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ।
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
Romans 9:3 in Oriya 3 କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି।
2 Corinthians 5:21 in Oriya 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Galatians 4:5 in Oriya 5 ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ।
Ephesians 5:2 in Oriya 2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Hebrews 7:26 in Oriya 26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
Hebrews 9:12 in Oriya 12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।
Hebrews 9:15 in Oriya 15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଇଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
Hebrews 9:26 in Oriya 26 ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି।
Hebrews 9:28 in Oriya 28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
Hebrews 10:4 in Oriya 4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
1 Peter 1:18 in Oriya 18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
1 Peter 3:18 in Oriya 18 ଯେଣୁ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
1 John 2:1 in Oriya 1 ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
1 John 4:10 in Oriya 10 ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 13:8 in Oriya 8 ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ।