Galatians 3:16 in Oriya 16 ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।
Other Translations King James Version (KJV) Now to Abraham and his seed were the promises made. He saith not, And to seeds, as of many; but as of one, And to thy seed, which is Christ.
American Standard Version (ASV) Now to Abraham were the promises spoken, and to his seed. He saith not, And to seeds, as of many; but as of one, And to thy seed, which is Christ.
Bible in Basic English (BBE) Now to Abraham were the undertakings given, and to his seed. He says not, And to seeds, as of a great number; but as of one, he says, And to your seed, which is Christ.
Darby English Bible (DBY) But to Abraham were the promises addressed, and to his seed: he does not say, And to seeds, as of many; but as of one, And to thy seed; which is Christ.
World English Bible (WEB) Now the promises were spoken to Abraham and to his seed. He doesn't say, "To seeds," as of many, but as of one, "To your seed," which is Christ.
Young's Literal Translation (YLT) and to Abraham were the promises spoken, and to his seed; He doth not say, `And to seeds,' as of many, but as of one, `And to thy seed,' which is Christ;
Cross Reference Genesis 12:3 in Oriya 3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
Genesis 12:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
Genesis 13:15 in Oriya 15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
Genesis 15:5 in Oriya 5 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Genesis 21:12 in Oriya 12 ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
Genesis 22:17 in Oriya 17 ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
Genesis 26:3 in Oriya 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Luke 1:55 in Oriya 55 ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।
Acts 3:25 in Oriya 25 ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ୱର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
Romans 4:13 in Oriya 13 କାରଣ ଅବ୍ରହାମ କିମ୍ବା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।
Romans 4:16 in Oriya 16 ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
Romans 12:5 in Oriya 5 ସେହିପରି ଅନେକ ଯେ ଆମ୍ଭେମାନେ, ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
1 Corinthians 12:12 in Oriya 12 କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।
1 Corinthians 12:27 in Oriya 27 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ।
Galatians 3:8 in Oriya 8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
Galatians 3:27 in Oriya 27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।
Ephesians 4:15 in Oriya 15 କିନ୍ତୁୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;
Ephesians 5:29 in Oriya 29 କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ;
Ephesians 5:32 in Oriya 32 ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।
Colossians 2:19 in Oriya 19 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ୱରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।
Colossians 3:11 in Oriya 11 ଏପରି ସ୍ଥଳେ ଗ୍ରୀକ୍ ଓ ଯିହୂଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।