Galatians 3:22 in Oriya 22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି।
Other Translations King James Version (KJV) But the scripture hath concluded all under sin, that the promise by faith of Jesus Christ might be given to them that believe.
American Standard Version (ASV) But the scriptures shut up all things under sin, that the promise by faith in Jesus Christ might be given to them that believe.
Bible in Basic English (BBE) However, the holy Writings have put all things under sin, so that that for which God gave the undertaking, based on faith in Jesus Christ, might be given to those who have such faith.
Darby English Bible (DBY) but the scripture has shut up all things under sin, that the promise, on the principle of faith of Jesus Christ, should be given to those that believe.
World English Bible (WEB) But the Scriptures shut up all things under sin, that the promise by faith in Jesus Christ might be given to those who believe.
Young's Literal Translation (YLT) but the Writing did shut up the whole under sin, that the promise by faith of Jesus Christ may be given to those believing.
Cross Reference Psalm 143:2 in Oriya 2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।
Mark 16:16 in Oriya 16 ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
John 3:15 in Oriya 15 ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
John 3:36 in Oriya 36 ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଇଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 6:40 in Oriya 40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
John 11:25 in Oriya 25 ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
John 12:46 in Oriya 46 ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।
John 20:31 in Oriya 31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି।
Acts 16:31 in Oriya 31 ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।
Romans 3:9 in Oriya 9 ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
Romans 3:23 in Oriya 23 ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଇଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
Romans 4:11 in Oriya 11 ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
Romans 5:12 in Oriya 12 ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।
Romans 5:20 in Oriya 20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Romans 10:9 in Oriya 9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
Romans 11:32 in Oriya 32 କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ୱର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।
Galatians 3:8 in Oriya 8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
Galatians 3:14 in Oriya 14 ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।
Galatians 3:17 in Oriya 17 ମୋହର ଭାବ ଏହି, ଯେଉଁ ନିୟମ ଇଶ୍ବରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶି ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ୱାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ।
Galatians 3:23 in Oriya 23 ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।
Galatians 3:29 in Oriya 29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
2 Timothy 1:1 in Oriya 1 ପାଉଲ,ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଇଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,
Hebrews 6:13 in Oriya 13 କାରଣ ଈଶ୍ୱର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ୍ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
Hebrews 9:15 in Oriya 15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଇଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
2 Peter 1:4 in Oriya 4 ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ।
2 Peter 3:13 in Oriya 13 ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।
1 John 2:25 in Oriya 25 ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
1 John 3:23 in Oriya 23 ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।
1 John 5:11 in Oriya 11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।