Galatians 3:8 in Oriya 8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
Other Translations King James Version (KJV) And the scripture, foreseeing that God would justify the heathen through faith, preached before the gospel unto Abraham, saying, In thee shall all nations be blessed.
American Standard Version (ASV) And the scripture, foreseeing that God would justify the Gentiles by faith, preached the gospel beforehand unto Abraham, `saying,' In thee shall all the nations be blessed.
Bible in Basic English (BBE) And the holy Writings, seeing before the event that God would give the Gentiles righteousness by faith, gave the good news before to Abraham, saying, In you will all the nations have a blessing.
Darby English Bible (DBY) and the scripture, foreseeing that God would justify the nations on the principle of faith, announced beforehand the glad tidings to Abraham: In thee all the nations shall be blessed.
World English Bible (WEB) The Scripture, foreseeing that God would justify the Gentiles by faith, preached the Gospel beforehand to Abraham, saying, "In you all the nations will be blessed."
Young's Literal Translation (YLT) and the Writing having foreseen that by faith God doth declare righteous the nations did proclaim before the good news to Abraham --
Cross Reference Genesis 12:3 in Oriya 3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
Genesis 18:18 in Oriya 18 ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।
Genesis 22:18 in Oriya 18 ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
Genesis 26:4 in Oriya 4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
Genesis 28:14 in Oriya 14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Psalm 72:7 in Oriya 7 ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
Isaiah 6:13 in Oriya 13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ୍ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।
Isaiah 65:9 in Oriya 9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।
John 7:38 in Oriya 38 ଯେ ମୋ'ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।
John 7:42 in Oriya 42 ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କ'ଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ ?
John 19:37 in Oriya 37 ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ।
Acts 2:25 in Oriya 25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
Acts 2:35 in Oriya 35 ଅାମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ “ଆମ୍ଭର ଦକ୍ଷିଣରେ ବସିଥାଅ।”
Acts 15:15 in Oriya 15 ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖା ଅଛି,
Romans 3:28 in Oriya 28 ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।
Romans 9:17 in Oriya 17 ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।
Romans 9:30 in Oriya 30 ତେବେ, ଆମ୍ଭେମାନେ କ'ଣ କହିବା ? ଯେଉଁ ଅଣଯିହୂଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।
Galatians 3:16 in Oriya 16 ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।
Galatians 3:22 in Oriya 22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି।
Galatians 4:30 in Oriya 30 ମାତ୍ର ଶାସ୍ତ୍ର କ'ଣ କୁହେ ? ଦାସୀ ଓ ତା'ର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ।
2 Timothy 3:15 in Oriya 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
Hebrews 4:2 in Oriya 2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।