Galatians 4:14 in Oriya 14 ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଇଶ୍ବରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ।
Other Translations King James Version (KJV) And my temptation which was in my flesh ye despised not, nor rejected; but received me as an angel of God, even as Christ Jesus.
American Standard Version (ASV) and that which was a temptation to you in my flesh ye despised not, nor rejected; but ye received me as an angel of God, `even' as Christ Jesus.
Bible in Basic English (BBE) And you did not have a poor opinion of me because of the trouble in my flesh, or put shame on it; but you took me to your hearts as an angel of God, even as Christ Jesus.
Darby English Bible (DBY) and my temptation, which [was] in my flesh, ye did not slight nor reject with contempt; but ye received me as an angel of God, as Christ Jesus.
World English Bible (WEB) That which was a temptation to you in my flesh, you didn't despise nor reject; but you received me as an angel of God, even as Christ Jesus.
Young's Literal Translation (YLT) and my trial that `is' in my flesh ye did not despise nor reject, but as a messenger of God ye did receive me -- as Christ Jesus;
Cross Reference 2 Samuel 14:17 in Oriya 17 ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,' ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”
2 Samuel 19:27 in Oriya 27 ଆହୁରି ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସେ ଆପଣଙ୍କ ଏହି ଦାସର ଅପମାନ କରିଅଛି; ମାତ୍ର ମୋହର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ; ଏଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା କରନ୍ତୁ।
Job 12:5 in Oriya 5 ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।
Psalm 119:141 in Oriya 141 ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
Ecclesiastes 9:16 in Oriya 16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।
Isaiah 53:2 in Oriya 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Zechariah 12:8 in Oriya 8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
Malachi 2:7 in Oriya 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Matthew 10:40 in Oriya 40 ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
Matthew 18:5 in Oriya 5 ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
Matthew 25:40 in Oriya 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Luke 10:16 in Oriya 16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
John 13:20 in Oriya 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
1 Corinthians 1:28 in Oriya 28 ଏଥିପାଇଁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି, ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ୱର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ,
1 Corinthians 4:10 in Oriya 10 ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।
2 Corinthians 5:20 in Oriya 20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଇଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
Galatians 4:13 in Oriya 13 କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି
1 Thessalonians 2:13 in Oriya 13 ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଇଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଇଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଇଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଇଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।
1 Thessalonians 4:8 in Oriya 8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
Hebrews 13:2 in Oriya 2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।