Galatians 4:24 in Oriya 24 ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ।
Other Translations King James Version (KJV) Which things are an allegory: for these are the two covenants; the one from the mount Sinai, which gendereth to bondage, which is Agar.
American Standard Version (ASV) Which things contain an allegory: for these `women' are two covenants; one from mount Sinai, bearing children unto bondage, which is Hagar.
Bible in Basic English (BBE) Which things have a secret sense; because these women are the two agreements; one from the mountain of Sinai, giving birth to servants, which is Hagar.
Darby English Bible (DBY) Which things have an allegorical sense; for these are two covenants: one from mount Sinai, gendering to bondage, which is Hagar.
World English Bible (WEB) These things contain an allegory, for these are two covenants. One is from Mount Sinai, bearing children to bondage, which is Hagar.
Young's Literal Translation (YLT) which things are allegorized, for these are the two covenants: one, indeed, from mount Sinai, to servitude bringing forth, which is Hagar;
Cross Reference Genesis 16:3 in Oriya 3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।
Genesis 16:8 in Oriya 8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”
Genesis 16:15 in Oriya 15 ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାଏଲ ଦେଲେ।
Genesis 21:9 in Oriya 9 ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।
Genesis 25:12 in Oriya 12 ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାଏଲର ବଂଶାବଳୀ।
Deuteronomy 33:2 in Oriya 2 ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”
Ezekiel 20:49 in Oriya 49 ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋ' ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ ?”
Hosea 11:10 in Oriya 10 ଆମ୍ଭେ ସିଂହ ତୁଲ୍ୟ ଗର୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
Matthew 13:35 in Oriya 35 ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା।
Luke 22:19 in Oriya 19 ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।
Romans 8:15 in Oriya 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
1 Corinthians 10:4 in Oriya 4 ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
1 Corinthians 10:11 in Oriya 11 ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହି ସବୁ ଲେଖାଯାଇଅଛି।
Galatians 3:15 in Oriya 15 ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ।
Galatians 4:25 in Oriya 25 ହାଗାର, ଏହି ଶବ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି।
Galatians 5:1 in Oriya 1 ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଯୁଆଳିରେ ଆଉ ଥରେ ଯୋଚା ନ ଯାଅ।
Hebrews 7:22 in Oriya 22 ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
Hebrews 8:6 in Oriya 6 କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ ହୋଇଅଛନ୍ତି।
Hebrews 9:15 in Oriya 15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଇଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
Hebrews 10:15 in Oriya 15 ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି;
Hebrews 11:19 in Oriya 19 କାରଣ ଈଶ୍ୱର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।
Hebrews 12:24 in Oriya 24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;