Galatians 4:6 in Oriya 6 ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି।
Other Translations King James Version (KJV) And because ye are sons, God hath sent forth the Spirit of his Son into your hearts, crying, Abba, Father.
American Standard Version (ASV) And because ye are sons, God sent forth the Spirit of his Son into our hearts, crying, Abba, Father.
Bible in Basic English (BBE) And because you are sons, God has sent out the Spirit of his Son into our hearts, saying, Abba, Father.
Darby English Bible (DBY) But because ye are sons, God has sent out the Spirit of his Son into our hearts, crying, Abba, Father.
World English Bible (WEB) And because you are children, God sent out the Spirit of his Son into your hearts, crying, "Abba,{Abba is a Greek spelling for the Chaldee word for "Father" or "Daddy" used in a familiar, respectful, and loving way.} Father!"
Young's Literal Translation (YLT) and because ye are sons, God did send forth the spirit of His Son into your hearts, crying, `Abba, Father!'
Cross Reference Isaiah 44:3 in Oriya 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Jeremiah 3:4 in Oriya 4 ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, “ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ ?
Jeremiah 3:19 in Oriya 19 ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।”
Matthew 6:6 in Oriya 6 କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Luke 11:2 in Oriya 2 ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ।
Luke 11:13 in Oriya 13 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !
John 3:34 in Oriya 34 କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଇଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ।
John 7:39 in Oriya 39 ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।
John 14:16 in Oriya 16 ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,
John 15:26 in Oriya 26 ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋ' ବିଷୟରେ ସାକ୍ଷ୍ୟ ଦେବେ;
John 16:7 in Oriya 7 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।
Acts 16:7 in Oriya 7 ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।
Romans 5:5 in Oriya 5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଇଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
Romans 8:9 in Oriya 9 କିନ୍ତୁ ଇଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।
Romans 8:15 in Oriya 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
Romans 8:26 in Oriya 26 ଆଉ, ସେହି ପ୍ରକାରେ ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କ'ଣ ପ୍ରାର୍ଥନା କରିବା ଉଚିତ୍, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;
1 Corinthians 15:45 in Oriya 45 ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।
2 Corinthians 1:22 in Oriya 22 ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
2 Corinthians 3:17 in Oriya 17 ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କଆତ୍ମା ସେଠାରେ ସ୍ୱାଧୀନତା।
Ephesians 1:13 in Oriya 13 ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
Ephesians 2:18 in Oriya 18 କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।
Ephesians 4:30 in Oriya 30 ଆଉ ଇଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ।
Ephesians 6:18 in Oriya 18 ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।
Philippians 1:19 in Oriya 19 କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
Hebrews 4:14 in Oriya 14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଇଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
1 Peter 1:11 in Oriya 11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।
Jude 1:20 in Oriya 20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
Revelation 19:10 in Oriya 10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।