Galatians 5:10 in Oriya 10 ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେ କେହି ହେଉ, ଆପଣାର ଦଣ୍ଡ ବହନ କରିବ।
Other Translations King James Version (KJV) I have confidence in you through the Lord, that ye will be none otherwise minded: but he that troubleth you shall bear his judgment, whosoever he be.
American Standard Version (ASV) I have confidence to you-ward in the Lord, that ye will be none otherwise minded: but he that troubleth you shall bear his judgment, whosoever he be.
Bible in Basic English (BBE) I am certain about you in the Lord, that you will be of no other mind; but he who is troubling you will have his punishment, whoever he is.
Darby English Bible (DBY) *I* have confidence as to you in [the] Lord, that ye will have no other mind; and he that is troubling you shall bear the guilt [of it], whosoever he may be.
World English Bible (WEB) I have confidence toward you in the Lord that you will think no other way. But he who troubles you will bear his judgment, whoever he is.
Young's Literal Translation (YLT) I have confidence in regard to you in the Lord, that ye will be none otherwise minded; and he who is troubling you shall bear the judgment, whoever he may be.
Cross Reference Acts 15:1 in Oriya 1 ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।
Acts 15:24 in Oriya 24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
1 Corinthians 5:5 in Oriya 5 ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ୍, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ।
2 Corinthians 1:15 in Oriya 15 ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,
2 Corinthians 2:3 in Oriya 3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ୍, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥି ନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ।
2 Corinthians 2:6 in Oriya 6 ଅଧିକାଂଶଙ୍କ ଦ୍ୱାରା ଏପରିଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;
2 Corinthians 5:16 in Oriya 16 ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।
2 Corinthians 7:16 in Oriya 16 ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣବିଶ୍ୱାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି।
2 Corinthians 8:22 in Oriya 22 ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍ଯୋଗୀ ହୋଇଅଛନ୍ତି।
2 Corinthians 10:2 in Oriya 2 ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ;
2 Corinthians 10:6 in Oriya 6 ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ।
2 Corinthians 13:10 in Oriya 10 ଏଥି ନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହି ସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ।
Galatians 1:7 in Oriya 7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
Galatians 2:4 in Oriya 4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
Galatians 2:6 in Oriya 6 ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ୱର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
Galatians 3:1 in Oriya 1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।
Galatians 4:11 in Oriya 11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।
Galatians 4:17 in Oriya 17 ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍ଯୋଗୀ ହୁଅ, ଏଥି ନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋ'ଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି।
Galatians 4:20 in Oriya 20 ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହି ପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି।
Galatians 5:12 in Oriya 12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା।
Galatians 6:12 in Oriya 12 ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।
Galatians 6:17 in Oriya 17 ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି।
Philippians 3:15 in Oriya 15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାରଥାଏ, ତେବେ ଏହା ମଧ୍ୟ ଈଶ୍ୱର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
2 Thessalonians 3:4 in Oriya 4 ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହି ସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ।
1 Timothy 1:20 in Oriya 20 ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ୱର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି।
Philemon 1:21 in Oriya 21 ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତା'ଠାରୁ ଅଧିକ ମଧ୍ୟ କରିବ।
1 John 2:18 in Oriya 18 ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।