Galatians 5:13 in Oriya 13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।
Other Translations King James Version (KJV) For, brethren, ye have been called unto liberty; only use not liberty for an occasion to the flesh, but by love serve one another.
American Standard Version (ASV) For ye, brethren, were called for freedom; only `use' not your freedom for an occasion to the flesh, but through love be servants one to another.
Bible in Basic English (BBE) Because you, brothers, were marked out to be free; only do not make use of your free condition to give the flesh its chance, but through love be servants one to another.
Darby English Bible (DBY) For *ye* have been called to liberty, brethren; only [do] not [turn] liberty into an opportunity to the flesh, but by love serve one another.
World English Bible (WEB) For you, brothers, were called for freedom. Only don't use your freedom for gain to the flesh, but through love be servants to one another.
Young's Literal Translation (YLT) For ye -- to freedom ye were called, brethren, only not the freedom for an occasion to the flesh, but through the love serve ye one another,
Cross Reference Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Mark 10:43 in Oriya 43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
Luke 4:18 in Oriya 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
John 8:32 in Oriya 32 ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।
John 13:14 in Oriya 14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।
Acts 20:35 in Oriya 35 ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳ ମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ୍, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
Romans 6:18 in Oriya 18 ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।
Romans 15:1 in Oriya 1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ୍, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
1 Corinthians 8:9 in Oriya 9 କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ।
1 Corinthians 9:19 in Oriya 19 କାରଣ ଯେପରି ମୁଁ ଅଧିକସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି।
1 Corinthians 13:4 in Oriya 4 ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
2 Corinthians 4:5 in Oriya 5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।
2 Corinthians 12:15 in Oriya 15 ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲିି କ'ଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି ?
Galatians 4:5 in Oriya 5 ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ।
Galatians 4:22 in Oriya 22 କାରଣ ଲେଖା ଅଛି, ଅବ୍ରାହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ।
Galatians 5:14 in Oriya 14 କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
Galatians 6:2 in Oriya 2 ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥା ସଫଳ କରିବ।
Ephesians 5:21 in Oriya 21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ।
James 2:15 in Oriya 15 ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
1 Peter 2:16 in Oriya 16 ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଇଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।
2 Peter 2:19 in Oriya 19 ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।
1 John 3:16 in Oriya 16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ୍।
Jude 1:4 in Oriya 4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଇଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
Jude 1:10 in Oriya 10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।