Galatians 5:17 in Oriya 17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ।
Other Translations King James Version (KJV) For the flesh lusteth against the Spirit, and the Spirit against the flesh: and these are contrary the one to the other: so that ye cannot do the things that ye would.
American Standard Version (ASV) For the flesh lusteth against the Spirit, and the Spirit against the flesh; for these are contrary the one to the other; that ye may not do the things that ye would.
Bible in Basic English (BBE) For the flesh has desires against the Spirit, and the Spirit against the flesh; because these are opposite the one to the other; so that you may not do the things which you have a mind to do.
Darby English Bible (DBY) For the flesh lusts against the Spirit, and the Spirit against the flesh: and these things are opposed one to the other, that ye should not do those things which ye desire;
World English Bible (WEB) For the flesh lusts against the Spirit, and the Spirit against the flesh; and these are contrary to one other, that you may not do the things that you desire.
Young's Literal Translation (YLT) for the flesh doth desire contrary to the Spirit, and the Spirit contrary to the flesh, and these are opposed one to another, that the things that ye may will -- these ye may not do;
Cross Reference Psalm 19:12 in Oriya 12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।
Psalm 51:1 in Oriya 1 ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ' ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
Psalm 51:10 in Oriya 10 ହେ ପରମେଶ୍ୱର, ମୋ' ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ' ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
Psalm 65:3 in Oriya 3 ଅପରାଧ ମୋ' ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
Psalm 119:4 in Oriya 4 ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
Psalm 119:20 in Oriya 20 ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋ' ପ୍ରାଣ କ୍ଷୀଣ ହୁଏ।
Psalm 119:24 in Oriya 24 ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ।
Psalm 119:32 in Oriya 32 ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞାପଥରେ ଧାବମାନ ହେବି।
Psalm 119:35 in Oriya 35 ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।
Psalm 119:40 in Oriya 40 ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର।
Psalm 119:133 in Oriya 133 ତୁମ୍ଭ ବାକ୍ୟାନୁସାରେ ମୋ' ପାଦଗତି ସଜାଡ଼ ଓ ମୋ' ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
Psalm 119:159 in Oriya 159 ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୁ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।
Psalm 119:176 in Oriya 176 ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।
Psalm 130:3 in Oriya 3 ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ ?
Ecclesiastes 7:20 in Oriya 20 ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।
Isaiah 6:5 in Oriya 5 ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”
Matthew 5:6 in Oriya 6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।
Matthew 12:30 in Oriya 30 ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋ'ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।
Matthew 16:17 in Oriya 17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି।
Matthew 16:23 in Oriya 23 କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଇଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।
Matthew 26:41 in Oriya 41 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।
Luke 22:33 in Oriya 33 ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି।
Luke 22:46 in Oriya 46 ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।
Luke 22:54 in Oriya 54 ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ।
John 3:6 in Oriya 6 ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।
Romans 7:7 in Oriya 7 ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ। ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
Romans 7:10 in Oriya 10 ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋ' ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା।
Romans 8:5 in Oriya 5 କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।
Romans 8:13 in Oriya 13 କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
Galatians 3:21 in Oriya 21 ତେବେ ମୋଶାଙ୍କ ବ୍ୟବସ୍ଥା କି ଇଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।
Philippians 3:12 in Oriya 12 ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।
James 3:2 in Oriya 2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
James 4:5 in Oriya 5 ନା ତୁମ୍ଭେମାନେ କ'ଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି ?
1 John 1:8 in Oriya 8 ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।