Galatians 6:1 in Oriya 1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
Other Translations King James Version (KJV) Brethren, if a man be overtaken in a fault, ye which are spiritual, restore such an one in the spirit of meekness; considering thyself, lest thou also be tempted.
American Standard Version (ASV) Brethren, even if a man be overtaken in any trespass, ye who are spiritual, restore such a one in a spirit of gentleness; looking to thyself, lest thou also be tempted.
Bible in Basic English (BBE) Brothers, if a man is taken in any wrongdoing, you who are of the Spirit will put such a one right in a spirit of love; keeping watch on yourself, for fear that you yourself may be tested.
Darby English Bible (DBY) Brethren, if even a man be taken in some fault, ye who are spiritual restore such a one in a spirit of meekness, considering thyself lest *thou* also be tempted.
World English Bible (WEB) Brothers, even if a man is caught in some fault, you who are spiritual must restore such a one in a spirit of gentleness; looking to yourself so that you also aren't tempted.
Young's Literal Translation (YLT) Brethren, if a man also may be overtaken in any trespass, ye who `are' spiritual restore such a one in a spirit of meekness, considering thyself -- lest thou also may be tempted;
Cross Reference Genesis 9:20 in Oriya 20 ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
Genesis 12:11 in Oriya 11 ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।
Numbers 20:10 in Oriya 10 ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା ?
2 Samuel 11:2 in Oriya 2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।
Job 4:3 in Oriya 3 ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ।
Isaiah 35:3 in Oriya 3 ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର।
Ezekiel 34:16 in Oriya 16 “ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।
Matthew 9:13 in Oriya 13 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।
Matthew 11:29 in Oriya 29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
Matthew 18:12 in Oriya 12 ତୁମ୍ଭେମାନେ କ'ଣ ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ?
Luke 15:4 in Oriya 4 ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ , ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ ?
Luke 15:22 in Oriya 22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ,
Romans 8:6 in Oriya 6 କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;
Romans 14:1 in Oriya 1 ବିଶ୍ୱାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।
Romans 15:1 in Oriya 1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ୍, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
1 Corinthians 2:15 in Oriya 15 ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତା'ର ବିଚାର କରେ ନାହିଁ।
1 Corinthians 3:1 in Oriya 1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।
1 Corinthians 4:21 in Oriya 21 ତୁମ୍ଭମାନଙ୍କର ଇଚ୍ଛା କ'ଣ ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଯିବି ନା ପ୍ରେମ ଘେନି ଓ ମୃଦୁତାର ଆତ୍ମା ଘେନିଯିବି ?
1 Corinthians 7:5 in Oriya 5 ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।
1 Corinthians 10:12 in Oriya 12 ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥି ନିମନ୍ତେ ସେ ସାବଧାନ ହେଉ।
1 Corinthians 14:37 in Oriya 37 କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହି ସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ।
2 Corinthians 2:7 in Oriya 7 ଏଣୁ କାଳେ ଏପରିଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ।
2 Corinthians 10:1 in Oriya 1 ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;
Galatians 2:11 in Oriya 11 କିନ୍ତୁ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।
Galatians 5:23 in Oriya 23 ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
2 Thessalonians 3:15 in Oriya 15 ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ।
2 Timothy 2:25 in Oriya 25 ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,
Hebrews 12:13 in Oriya 13 ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।
Hebrews 13:3 in Oriya 3 ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।
James 3:2 in Oriya 2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
James 3:13 in Oriya 13 ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
James 5:19 in Oriya 19 ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,
1 Peter 3:15 in Oriya 15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
1 John 5:16 in Oriya 16 କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ୱର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ।
Jude 1:22 in Oriya 22 ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର।