Galatians 6:12 in Oriya 12 ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।
Other Translations King James Version (KJV) As many as desire to make a fair shew in the flesh, they constrain you to be circumcised; only lest they should suffer persecution for the cross of Christ.
American Standard Version (ASV) As many as desire to make a fair show in the flesh, they compel you to be circumcised; only that they may not be persecuted for the cross of Christ.
Bible in Basic English (BBE) Those who have the desire to seem important in the flesh, put force on you to undergo circumcision; only that they may not be attacked because of the cross of Christ.
Darby English Bible (DBY) As many as desire to have a fair appearance in [the] flesh, these compel you to be circumcised, only that they may not be persecuted because of the cross of Christ.
World English Bible (WEB) As many as desire to look good in the flesh, they compel you to be circumcised; only that they may not be persecuted for the cross of Christ.
Young's Literal Translation (YLT) as many as are willing to make a good appearance in the flesh, these constrain you to be circumcised -- only that for the cross of the Christ they may not be persecuted,
Cross Reference Matthew 6:2 in Oriya 2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 6:5 in Oriya 5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 6:16 in Oriya 16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 23:5 in Oriya 5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
Matthew 23:28 in Oriya 28 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।
Luke 16:15 in Oriya 15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଇଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
Luke 20:47 in Oriya 47 ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।
John 7:18 in Oriya 18 ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।
Acts 15:1 in Oriya 1 ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।
Acts 15:5 in Oriya 5 କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।
2 Corinthians 10:12 in Oriya 12 କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି।
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
Galatians 2:3 in Oriya 3 ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;
Galatians 2:14 in Oriya 14 କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?
Galatians 5:11 in Oriya 11 କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି ? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ।
Galatians 6:13 in Oriya 13 କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ବନ୍ଧରେ ଗର୍ବ କରି ପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି।
Philippians 1:15 in Oriya 15 କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;
Philippians 2:4 in Oriya 4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।
Philippians 3:18 in Oriya 18 କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
Colossians 2:23 in Oriya 23 ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛାଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ୱାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ।