Galatians 6:8 in Oriya 8 ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
Other Translations King James Version (KJV) For he that soweth to his flesh shall of the flesh reap corruption; but he that soweth to the Spirit shall of the Spirit reap life everlasting.
American Standard Version (ASV) For he that soweth unto his own flesh shall of the flesh reap corruption; but he that soweth unto the Spirit shall of the Spirit reap eternal life.
Bible in Basic English (BBE) Because he who puts in the seed of the flesh will of the flesh get the reward of death; but he who puts in the seed of the Spirit will of the Spirit get the reward of eternal life.
Darby English Bible (DBY) For he that sows to his own flesh, shall reap corruption from the flesh; but he that sows to the Spirit, from the Spirit shall reap eternal life:
World English Bible (WEB) For he who sows to his own flesh will from the flesh reap corruption. But he who sows to the Spirit will from the Spirit reap eternal life.
Young's Literal Translation (YLT) because he who is sowing to his own flesh, of the flesh shall reap corruption; and he who is sowing to the Spirit, of the Spirit shall reap life age-during;
Cross Reference Job 4:8 in Oriya 8 ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି।
Psalm 126:5 in Oriya 5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
Proverbs 22:8 in Oriya 8 ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
Ecclesiastes 11:6 in Oriya 6 ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।
Isaiah 32:20 in Oriya 20 ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।
Jeremiah 12:13 in Oriya 13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।
Hosea 8:7 in Oriya 7 କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।
Hosea 10:13 in Oriya 13 ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।
Matthew 19:29 in Oriya 29 ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।
Luke 18:30 in Oriya 30 ସେମାନେ ଏହିକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ।
John 4:14 in Oriya 14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।
John 4:36 in Oriya 36 ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।
John 6:27 in Oriya 27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ୱର ମୁଦ୍ରାଙ୍କିତ କଲେ।
Romans 6:13 in Oriya 13 କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଇଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଇଶ୍ବରଙ୍କ ନିକଟରେ ସମର୍ପଣ କର।
Romans 6:21 in Oriya 21 ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା ? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।
Romans 8:13 in Oriya 13 କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
Romans 13:14 in Oriya 14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।
Galatians 6:7 in Oriya 7 ଭ୍ରାନ୍ତ ନ ହୁଅ; ଈଶ୍ୱର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
1 Timothy 1:16 in Oriya 16 ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥି ନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।
Titus 3:7 in Oriya 7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।
James 3:18 in Oriya 18 ପୁଣି, ଶାନ୍ତିକାରକ ଲୋକମାନଙ୍କ ଦ୍ୱାରା ଶାନ୍ତିର ବୀଜ ବୁଣାଯାଏ ଧାର୍ମିକତା ରୂପ ଫଳ କାଟିବେ।
2 Peter 2:12 in Oriya 12 କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,
2 Peter 2:19 in Oriya 19 ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।
Jude 1:21 in Oriya 21 ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଇଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।
Revelation 22:11 in Oriya 11 ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।