Cross Reference Exodus 20:11 in Oriya 11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।
1 Chronicles 16:26 in Oriya 26 କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ଅବସ୍ତୁମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
Nehemiah 9:6 in Oriya 6 କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।
Job 26:13 in Oriya 13 ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
Job 38:4 in Oriya 4 ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ ? ବୁଦ୍ଧି ଥିଲେ, ବୁଝାଇ ଦିଅ।
Psalm 8:3 in Oriya 3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
Psalm 33:6 in Oriya 6 ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
Psalm 33:9 in Oriya 9 ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା।
Psalm 89:11 in Oriya 11 ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।
Psalm 90:2 in Oriya 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
Psalm 96:5 in Oriya 5 କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
Psalm 102:25 in Oriya 25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
Psalm 104:24 in Oriya 24 ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।
Psalm 104:30 in Oriya 30 ତୁମ୍ଭେ ଆପଣା ଆତ୍ମା ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି; ଆଉ, ତୁମ୍ଭେ ଭୂମିର ମୁଖ ନୂତନ କରୁଥାଅ।
Psalm 115:15 in Oriya 15 ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ।
Psalm 121:2 in Oriya 2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।
Psalm 124:8 in Oriya 8 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।
Psalm 134:3 in Oriya 3 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
Psalm 136:5 in Oriya 5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
Psalm 146:6 in Oriya 6 ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
Psalm 148:4 in Oriya 4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Proverbs 3:19 in Oriya 19 ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।
Proverbs 8:22 in Oriya 22 ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
Proverbs 16:4 in Oriya 4 ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।
Ecclesiastes 12:1 in Oriya 1 ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।”
Isaiah 37:16 in Oriya 16 “ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Isaiah 40:26 in Oriya 26 ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।
Isaiah 40:28 in Oriya 28 ତୁମ୍ଭେ କି ଜାଣି ନାହଁ ? ତୁମ୍ଭେ କି ଶୁଣି ନାହଁ ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
Isaiah 42:5 in Oriya 5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;
Isaiah 44:24 in Oriya 24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?
Isaiah 45:18 in Oriya 18 କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
Isaiah 51:13 in Oriya 13 ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?
Isaiah 51:16 in Oriya 16 ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।
Isaiah 65:17 in Oriya 17 କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।
Jeremiah 10:12 in Oriya 12 ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Jeremiah 51:15 in Oriya 15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।
Zechariah 12:1 in Oriya 1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Mark 13:19 in Oriya 19 କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଇଶ୍ବରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
Acts 4:24 in Oriya 24 ସେମାନେ ତାହା ଶୁଣି ଏକଚିତ୍ତରେ ଇଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।
Acts 14:15 in Oriya 15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଇଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
Acts 17:24 in Oriya 24 ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
Romans 1:19 in Oriya 19 ଯେଣୁ ଇଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।
Romans 11:36 in Oriya 36 ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
1 Corinthians 8:6 in Oriya 6 ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ୱର, ଅର୍ଥାତ୍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।
Ephesians 3:9 in Oriya 9 ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ'ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,
Colossians 1:16 in Oriya 16 କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;
Hebrews 1:2 in Oriya 2 ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
Hebrews 1:10 in Oriya 10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ”
Hebrews 3:4 in Oriya 4 ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ୱର।
Hebrews 11:3 in Oriya 3 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଇଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।
2 Peter 3:5 in Oriya 5 ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଇଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
Revelation 3:14 in Oriya 14 ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଇଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Revelation 4:11 in Oriya 11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।
Revelation 10:6 in Oriya 6 ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;
Revelation 14:7 in Oriya 7 ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।
Revelation 21:6 in Oriya 6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ।
Revelation 22:13 in Oriya 13 ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।