Genesis 1:14 in Oriya 14 ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
Other Translations King James Version (KJV) And God said, Let there be lights in the firmament of the heaven to divide the day from the night; and let them be for signs, and for seasons, and for days, and years:
American Standard Version (ASV) And God said, Let there be lights in the firmament of heaven to divide the day from the night; and let them be for signs, and for seasons, and for days and years:
Bible in Basic English (BBE) And God said, Let there be lights in the arch of heaven, for a division between the day and the night, and let them be for signs, and for marking the changes of the year, and for days and for years:
Darby English Bible (DBY) And God said, Let there be lights in the expanse of the heavens, to divide between the day and the night; and let them be for signs, and for seasons, and for days and years;
Webster's Bible (WBT) And God said, Let there be lights in the firmament of the heaven, to divide the day from the night: and let them be for signs, and for seasons, and for days, and years.
World English Bible (WEB) God said, "Let there be lights in the expanse of sky to divide the day from the night; and let them be for signs, and for seasons, and for days and years;
Young's Literal Translation (YLT) And God saith, `Let luminaries be in the expanse of the heavens, to make a separation between the day and the night, then they have been for signs, and for seasons, and for days and years,
Cross Reference Genesis 8:22 in Oriya 22 ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହି ସବୁର ନିବୃତ୍ତି ହେବ ନାହିଁ।”
Genesis 9:13 in Oriya 13 ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
Deuteronomy 4:19 in Oriya 19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଉର୍ଦ୍ଧ୍ବ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।
Job 3:9 in Oriya 9 ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;
Job 25:3 in Oriya 3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି ? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ ?
Job 25:5 in Oriya 5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି;
Job 38:12 in Oriya 12 ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
Job 38:31 in Oriya 31 ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର ? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର ?
Psalm 8:3 in Oriya 3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
Psalm 19:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।
Psalm 74:16 in Oriya 16 ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
Psalm 81:3 in Oriya 3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।
Psalm 104:19 in Oriya 19 ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
Psalm 119:91 in Oriya 91 ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।
Psalm 136:7 in Oriya 7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Psalm 148:3 in Oriya 3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରାସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
Psalm 148:6 in Oriya 6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
Isaiah 40:26 in Oriya 26 ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।
Jeremiah 10:2 in Oriya 2 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।”
Jeremiah 31:35 in Oriya 35 ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି :
Jeremiah 33:20 in Oriya 20 “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
Jeremiah 33:25 in Oriya 25 ସଦାପ୍ରଭୁ ଏହି କଥା କହନ୍ତି, “ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,
Ezekiel 32:7 in Oriya 7 ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।
Ezekiel 46:1 in Oriya 1 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଭିତର ପ୍ରାଙ୍ଗଣର ପୂର୍ବାଭିମୁଖ ଦ୍ୱାର କାର୍ଯ୍ୟ କରିବାର ଛଅ ଦିନସାରା ବନ୍ଦ ରହିବ; ମାତ୍ର ବିଶ୍ରାମ ଦିନ ଖୋଲା ହେବ ଓ ପ୍ରତିପଦା ଦିନ ଖୋଲା ହେବ।
Ezekiel 46:6 in Oriya 6 ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ, ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;
Joel 2:10 in Oriya 10 ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।
Joel 2:30 in Oriya 30 ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
Joel 3:15 in Oriya 15 ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
Amos 5:8 in Oriya 8 ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର।” ସଦାପ୍ରଭୁ ତାହାଙ୍କର ନାମ।
Amos 8:9 in Oriya 9 ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।
Matthew 2:2 in Oriya 2 “ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ।”
Matthew 16:2 in Oriya 2 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ,କାରଣ ଆକାଶ ଲାଲ ହୋଇଅଛି।
Matthew 24:29 in Oriya 29 ମାତ୍ର ସେହି ସମୟର କଷ୍ଟ ପରେ ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।
Mark 13:24 in Oriya 24 ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
Luke 21:25 in Oriya 25 ପୁଣି, ସୁର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,
Luke 23:45 in Oriya 45 ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।
Acts 2:19 in Oriya 19 ଅାମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୂତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।
Revelation 6:12 in Oriya 12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା,
Revelation 8:12 in Oriya 12 ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।
Revelation 9:2 in Oriya 2 ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୁର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଛନ୍ନ ହେଲା।