Genesis 10 in Oriya

1 ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।

2 ଗୋମର, ମାଗୋଗ୍‍, ମାଦୟ, ଯବନ, ତୂବଲ, ମେଶକ୍‍ ଓ ତିରସ, ଏମାନେ ଯେଫତ୍‍ର ସନ୍ତାନ।

3 ଅସ୍କିନସ୍‍ ଓ ରୀଫତ୍‍ ଓ ତୋଗର୍ମ, ଏମାନେ ଗୋମରର ସନ୍ତାନ।

4 ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।

5 ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।

6 କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ।

7 ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦାଦାନ, ଏମାନେ ରୟମାର ସନ୍ତାନ।

8 ନିମ୍ରୋଦ୍‍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।

9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।”

10 ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍‍କଦ୍‍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।

11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍‍ ପୁରୀ ଓ କେଲହ,

12 ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍‍ ନଗର ସ୍ଥାପନ କଲା; ଏହି ରେଷନ୍‍ ମହାନଗର।

13 ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୁହୀୟ

14 ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍‍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।

15 ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍‍

16 ଓ ଯିବୁଷୀୟ ଓ ଇମୋରୀୟ ଓ ଗୀର୍ଗାଶୀୟ

17 ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ

18 ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।

19 ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।

20 ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।

21 ଯେଫତ୍‍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍‍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।

22 ଶେମର ଏହି ସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍‍ଷଦ ଓ ଲୂଦ ଓ ଅରାମ୍‍।

23 ଏହି ଅରାମର ସନ୍ତାନ ଊଷ୍‍ ଓ ହୂଲ ଓ ଗେଥର ଓ ମଶ୍‍।

24 ପୁଣି, ଅର୍ଫକ୍‍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।

25 ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍‍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍‍।

26 ପୁଣି, ଯକ୍ତନ୍‍ର ପୁତ୍ର ଅଲମୋଦଦ ଓ ଶେଲପ୍‍ ଓ ହତ୍‍ସର୍ମାବତ୍‍ ଓ ଯେରହ

27 ଓ ହଦୋରାମ ଓ ଊଷଲ ଓ ଦିକ୍ଳ

28 ଓ ଓବଲ ଓ ଅବୀମାୟେଲ୍ ଓ ଶିବା

29 ଓ ଓଫୀର ଓ ହବୀଲା ଓ ଯୋବବ୍‍, ଏହି ସମସ୍ତ ଯକ୍ତନର ସନ୍ତାନ।

30 ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।

31 ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।

32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।