Genesis 12:3 in Oriya 3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
Other Translations King James Version (KJV) And I will bless them that bless thee, and curse him that curseth thee: and in thee shall all families of the earth be blessed.
American Standard Version (ASV) and I will bless them that bless thee, and him that curseth thee will I curse: and in thee shall all the families of the earth be blessed.
Bible in Basic English (BBE) To them who are good to you will I give blessing, and on him who does you wrong will I put my curse: and you will become a name of blessing to all the families of the earth.
Darby English Bible (DBY) And I will bless them that bless thee, and curse him that curseth thee; and in thee shall all families of the earth be blessed.
Webster's Bible (WBT) And I will bless them that bless thee, and curse him that curseth thee: and in thee shall all families of the earth be blessed.
World English Bible (WEB) I will bless those who bless you, and I will curse him who curses you. In you will all of the families of the earth be blessed."
Young's Literal Translation (YLT) And I bless those blessing thee, and him who is disesteeming thee I curse, and blessed in thee have been all families of the ground.'
Cross Reference Genesis 18:18 in Oriya 18 ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।
Genesis 22:18 in Oriya 18 ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
Genesis 26:4 in Oriya 4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
Genesis 27:29 in Oriya 29 ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
Genesis 28:14 in Oriya 14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
Genesis 30:27 in Oriya 27 ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋ' ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।
Genesis 30:30 in Oriya 30 କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି ?”
Genesis 39:5 in Oriya 5 ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।
Exodus 23:22 in Oriya 22 ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ହେବା।
Numbers 24:9 in Oriya 9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ।”
Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Matthew 25:40 in Oriya 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Matthew 25:45 in Oriya 45 ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ।
Acts 3:25 in Oriya 25 ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ୱର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
Romans 4:11 in Oriya 11 ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
1 Corinthians 1:30 in Oriya 30 କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି।
Galatians 3:8 in Oriya 8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
Galatians 3:16 in Oriya 16 ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।
Galatians 3:28 in Oriya 28 ଯିହୂଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।
Ephesians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Colossians 3:11 in Oriya 11 ଏପରି ସ୍ଥଳେ ଗ୍ରୀକ୍ ଓ ଯିହୂଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।
Revelation 7:9 in Oriya 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;