Genesis 12:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
Other Translations King James Version (KJV) And the LORD appeared unto Abram, and said, Unto thy seed will I give this land: and there builded he an altar unto the LORD, who appeared unto him.
American Standard Version (ASV) And Jehovah appeared unto Abram, and said, Unto thy seed will I give this land: and there builded he an altar unto Jehovah, who appeared unto him.
Bible in Basic English (BBE) And the Lord came to Abram, and said, I will give all this land to your seed; then Abram made an altar there to the Lord who had let himself be seen by him.
Darby English Bible (DBY) And Jehovah appeared to Abram, and said, Unto thy seed will I give this land. And there he built an altar to Jehovah who had appeared to him.
Webster's Bible (WBT) And the LORD appeared to Abram, and said, To thy seed will I give this land: and there he erected an altar to the LORD, who appeared to him.
World English Bible (WEB) Yahweh appeared to Abram, and said, "I will give this land to your seed{or, offspring}." He built an altar there to Yahweh, who appeared to him.
Young's Literal Translation (YLT) And Jehovah appeareth unto Abram, and saith, `To thy seed I give this land;' and he buildeth there an altar to Jehovah, who hath appeared unto him.
Cross Reference Genesis 8:20 in Oriya 20 ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
Genesis 12:8 in Oriya 8 ଏଥିଉତ୍ତାରୁ ସେ ସେହି ସ୍ଥାନ ଛାଡ଼ି ବୈଥେଲର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବୈଥେଲ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Genesis 13:4 in Oriya 4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Genesis 13:15 in Oriya 15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
Genesis 13:18 in Oriya 18 ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
Genesis 15:18 in Oriya 18 ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Genesis 17:3 in Oriya 3 ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
Genesis 17:8 in Oriya 8 ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”
Genesis 18:1 in Oriya 1 ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।
Genesis 22:9 in Oriya 9 ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
Genesis 26:3 in Oriya 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Genesis 26:25 in Oriya 25 ଏଥିଉତ୍ତାରେ ଇସ୍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ।
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Genesis 32:30 in Oriya 30 ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”
Genesis 33:20 in Oriya 20 ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।
Exodus 6:3 in Oriya 3 ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
Exodus 33:1 in Oriya 1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏସ୍ଥାନରୁ ପ୍ରସ୍ଥାନ କର;
Numbers 32:11 in Oriya 11 “ଆମ୍ଭେ ଅବ୍ରହାମକୁ, ଇସହାକ୍କୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।”
Deuteronomy 1:8 in Oriya 8 ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।”
Deuteronomy 6:10 in Oriya 10 ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
Deuteronomy 30:20 in Oriya 20 ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।
Psalm 105:9 in Oriya 9 ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।
Romans 9:8 in Oriya 8 ଏଥିର ଅର୍ଥ ଏହି, ଶାରୀରିକ ଭାବେ ଯେଉଁମାନେ ସନ୍ତାନ, ସେମାନେ ଯେ ଇଶ୍ବରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି।
Galatians 3:16 in Oriya 16 ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।
Galatians 4:28 in Oriya 28 ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ।
Hebrews 11:13 in Oriya 13 ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।