Genesis 15:18 in Oriya 18 ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
Other Translations King James Version (KJV) In the same day the LORD made a covenant with Abram, saying, Unto thy seed have I given this land, from the river of Egypt unto the great river, the river Euphrates:
American Standard Version (ASV) In that day Jehovah made a covenant with Abram, saying, Unto thy seed have I given this land, from the river of Egypt unto the great river, the river Euphrates:
Bible in Basic English (BBE) In that day the Lord made an agreement with Abram, and said, To your seed have I given this land from the river of Egypt to the great river, the river Euphrates:
Darby English Bible (DBY) On the same day Jehovah made a covenant with Abram, saying, Unto thy seed I give this land, from the river of Egypt to the great river, the river Euphrates;
Webster's Bible (WBT) In that same day the LORD made a covenant with Abram, saying, To thy seed have I given this land, from the river of Egypt to the great river, the river Euphrates:
World English Bible (WEB) In that day Yahweh made a covenant with Abram, saying, "To your seed have I given this land, from the river of Egypt to the great river, the river Euphrates:
Young's Literal Translation (YLT) In that day hath Jehovah made with Abram a covenant, saying, `To thy seed I have given this land, from the river of Egypt unto the great river, the river Phrat,
Cross Reference Genesis 2:14 in Oriya 14 ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍।
Genesis 9:8 in Oriya 8 ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
Genesis 12:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
Genesis 13:15 in Oriya 15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Genesis 24:7 in Oriya 7 ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ' ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ' ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।
Genesis 26:4 in Oriya 4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
Genesis 28:4 in Oriya 4 ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Genesis 35:12 in Oriya 12 ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”
Genesis 50:24 in Oriya 24 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।”
Exodus 3:8 in Oriya 8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା'ନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।
Exodus 6:4 in Oriya 4 ପୁଣି, କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।
Exodus 23:23 in Oriya 23 କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପିରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।
Exodus 23:27 in Oriya 27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।
Exodus 34:11 in Oriya 11 ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ି ଦେବା।
Numbers 34:2 in Oriya 2 “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
Numbers 34:5 in Oriya 5 ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।
Deuteronomy 1:7 in Oriya 7 ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର।
Deuteronomy 7:1 in Oriya 1 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;
Deuteronomy 11:24 in Oriya 24 ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନ୍ଠାରୁ ନଦୀ, ଅର୍ଥାତ୍, ଫରାତ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
Deuteronomy 34:4 in Oriya 4 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”
Joshua 1:3 in Oriya 3 ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।
Joshua 12:1 in Oriya 1 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ୍ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।
Joshua 15:4 in Oriya 4 ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
Joshua 19:1 in Oriya 1 ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।
2 Samuel 8:3 in Oriya 3 ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।
2 Samuel 23:5 in Oriya 5 ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି ? ସେ ମୋ' ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି ? ସେ କି ମୋର ରକ୍ଷା କରିବେ ନାହିଁ ?
1 Kings 4:21 in Oriya 21 ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
1 Chronicles 5:9 in Oriya 9 ପୁଣି, ପୂର୍ବଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲିୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।
2 Chronicles 9:26 in Oriya 26 ଆଉ, ସେ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।
Nehemiah 9:8 in Oriya 8 ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।
Psalm 105:11 in Oriya 11 ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା।
Isaiah 27:12 in Oriya 12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
Isaiah 55:3 in Oriya 3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
Jeremiah 31:31 in Oriya 31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;
Jeremiah 32:40 in Oriya 40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
Jeremiah 33:20 in Oriya 20 “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
Galatians 3:15 in Oriya 15 ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ।
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;