Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Other Translations King James Version (KJV) And when Abram was ninety years old and nine, the LORD appeared to Abram, and said unto him, I am the Almighty God; walk before me, and be thou perfect.
American Standard Version (ASV) And when Abram was ninety years old and nine, Jehovah appeared to Abram, and said unto him, I am God Almighty; walk before me, and be thou perfect.
Bible in Basic English (BBE) When Abram was ninety-nine years old, the Lord came to him, and said, I am God, Ruler of all; go in my ways and be upright in all things,
Darby English Bible (DBY) And Abram was ninety-nine years old, when Jehovah appeared to Abram, and said to him, I [am] the Almighty ùGod: walk before my face, and be perfect.
Webster's Bible (WBT) And when Abram was ninety and nine years old, the LORD appeared to Abram, and said to him, I am the Almighty God; walk before me, and be thou perfect.
World English Bible (WEB) When Abram was ninety-nine years old, Yahweh appeared to Abram, and said to him, "I am God Almighty. Walk before me, and be blameless.
Young's Literal Translation (YLT) And Abram is a son of ninety and nine years, and Jehovah appeareth unto Abram, and saith unto him, `I `am' God Almighty, walk habitually before Me, and be thou perfect;
Cross Reference Genesis 5:22 in Oriya 22 ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
Genesis 5:24 in Oriya 24 ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
Genesis 6:9 in Oriya 9 ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
Genesis 12:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
Genesis 12:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
Genesis 16:16 in Oriya 16 ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାଏଲକୁ ପ୍ରସବ କଲା।
Genesis 18:1 in Oriya 1 ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।
Genesis 18:14 in Oriya 14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।
Genesis 28:3 in Oriya 3 ସର୍ବଶକ୍ତିମାନ୍ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
Genesis 35:11 in Oriya 11 ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।
Genesis 48:15 in Oriya 15 ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
Exodus 6:3 in Oriya 3 ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
Numbers 11:23 in Oriya 23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
Deuteronomy 10:17 in Oriya 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
Deuteronomy 18:13 in Oriya 13 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।
1 Kings 2:4 in Oriya 4 ତହିଁରେ ସଦାପ୍ରଭୁ ମୋ' ବିଷୟରେ ଯାହା କହିଅଛନ୍ତି, ଯଥା, ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।”
1 Kings 3:6 in Oriya 6 ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।
1 Kings 8:25 in Oriya 25 ତୁମ୍ଭେ ମୋ' ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ'; ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।
2 Kings 20:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
Job 1:1 in Oriya 1 ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।
Job 11:7 in Oriya 7 ତୁମ୍ଭେ କ'ଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇପାର ? ତୁମ୍ଭେ କ'ଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇପାର ?
Psalm 115:3 in Oriya 3 ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
Psalm 116:9 in Oriya 9 ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।
Isaiah 38:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Daniel 4:35 in Oriya 35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ'ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।
Micah 6:8 in Oriya 8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି ?
Matthew 5:48 in Oriya 48 ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
Matthew 19:26 in Oriya 26 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ।
Luke 1:6 in Oriya 6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଇଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
Acts 23:1 in Oriya 1 ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଇଶ୍ବରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି।
Acts 24:16 in Oriya 16 ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଇଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।
Ephesians 3:20 in Oriya 20 ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,
Philippians 4:13 in Oriya 13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ।
Hebrews 7:25 in Oriya 25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଇଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।