Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Other Translations King James Version (KJV) And I will establish my covenant between me and thee and thy seed after thee in their generations for an everlasting covenant, to be a God unto thee, and to thy seed after thee.
American Standard Version (ASV) And I will establish my covenant between me and thee and thy seed after thee throughout their generations for an everlasting covenant, to be a God unto thee and to thy seed after thee.
Bible in Basic English (BBE) And I will make between me and you and your seed after you through all generations, an eternal agreement to be a God to you and to your seed after you.
Darby English Bible (DBY) And I will establish my covenant between me and thee, and thy seed after thee in their generations, for an everlasting covenant, to be a God to thee, and to thy seed after thee.
Webster's Bible (WBT) And I will establish my covenant between me and thee, and thy seed after thee, in their generations, for an everlasting covenant; to be a God to thee and to thy seed after thee.
World English Bible (WEB) I will establish my covenant between me and you and your seed after you throughout their generations for an everlasting covenant, to be a God to you and to your seed after you.
Young's Literal Translation (YLT) `And I have established My covenant between Me and thee, and thy seed after thee, to their generations, for a covenant age-during, to become God to thee, and to thy seed after thee;
Cross Reference Genesis 15:18 in Oriya 18 ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
Genesis 26:24 in Oriya 24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Exodus 3:6 in Oriya 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Exodus 3:15 in Oriya 15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
Exodus 6:4 in Oriya 4 ପୁଣି, କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।
Exodus 19:5 in Oriya 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Leviticus 26:12 in Oriya 12 ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।
Psalm 81:10 in Oriya 10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।
Psalm 105:8 in Oriya 8 ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ,
Ezekiel 28:26 in Oriya 26 ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।
Micah 7:20 in Oriya 20 ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପିତୃପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।
Matthew 22:32 in Oriya 32 ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର। ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।
Mark 10:14 in Oriya 14 ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋ' ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଇଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
Luke 1:54 in Oriya 54 ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,
Luke 1:72 in Oriya 72 ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
Acts 2:39 in Oriya 39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।
Romans 9:4 in Oriya 4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;
Romans 9:7 in Oriya 7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”
Galatians 3:16 in Oriya 16 ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।
Ephesians 2:2 in Oriya 2 ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;
Hebrews 8:10 in Oriya 10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା,
Hebrews 11:16 in Oriya 16 କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ୱର ସେମାନଙ୍କ ଈଶ୍ୱର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।