Genesis 18:14 in Oriya 14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।
Other Translations King James Version (KJV) Is any thing too hard for the LORD? At the time appointed I will return unto thee, according to the time of life, and Sarah shall have a son.
American Standard Version (ASV) Is anything too hard for Jehovah? At the set time I will return unto thee, when the season cometh round, and Sarah shall have a son.
Bible in Basic English (BBE) Is there any wonder which the Lord is not able to do? At the time I said, in the spring, I will come back to you, and Sarah will have a child.
Darby English Bible (DBY) Is [any] matter too wonderful for Jehovah? At the time appointed I will return to thee, at [this] time of the year, and Sarah shall have a son.
Webster's Bible (WBT) Is any thing too hard for the LORD? At the time appointed I will return to thee, according to the time of life, and Sarah shall have a son.
World English Bible (WEB) Is anything too hard for Yahweh? At the set time I will return to you, when the season comes round, and Sarah will have a son."
Young's Literal Translation (YLT) And Jehovah saith unto Abraham, `Why `is' this? Sarah hath laughed, saying, Is it true really -- I bear -- and I am aged? Is any thing too wonderful for Jehovah? at the appointed time I return unto thee, about the time of life, and Sarah hath a son.'
Cross Reference Genesis 17:21 in Oriya 21 ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”
Genesis 18:10 in Oriya 10 ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ। ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।”
Numbers 11:23 in Oriya 23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
Deuteronomy 7:21 in Oriya 21 ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।
Deuteronomy 30:3 in Oriya 3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।
1 Samuel 14:6 in Oriya 6 ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।
2 Kings 4:16 in Oriya 16 ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୁ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
2 Kings 7:1 in Oriya 1 ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”
Job 36:5 in Oriya 5 ଦେଖ, ପରମେଶ୍ୱର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି।
Job 42:2 in Oriya 2 “ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଙ୍କଳ୍ପ ନିବାରଣ କରାଯାଇ ନ ପାରେ।
Psalm 90:13 in Oriya 13 ହେ ସଦାପ୍ରଭୁ, ଫେର; କେତେ କାଳ ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
Psalm 93:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
Psalm 95:3 in Oriya 3 କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Jeremiah 32:27 in Oriya 27 “ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି ?”
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Zechariah 8:6 in Oriya 6 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି।
Matthew 3:9 in Oriya 9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।
Matthew 14:31 in Oriya 31 ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ ?
Matthew 19:26 in Oriya 26 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ।
Mark 10:27 in Oriya 27 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଇଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଇଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।
Luke 1:13 in Oriya 13 କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।
Luke 1:18 in Oriya 18 ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି ? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି।
Luke 1:37 in Oriya 37 କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।
Luke 8:50 in Oriya 50 କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।
Romans 4:21 in Oriya 21 କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।
Ephesians 3:20 in Oriya 20 ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,
Philippians 3:21 in Oriya 21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
Philippians 4:13 in Oriya 13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ।
Hebrews 11:19 in Oriya 19 କାରଣ ଈଶ୍ୱର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।