Genesis 18:19 in Oriya 19 ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
Other Translations King James Version (KJV) For I know him, that he will command his children and his household after him, and they shall keep the way of the LORD, to do justice and judgment; that the LORD may bring upon Abraham that which he hath spoken of him.
American Standard Version (ASV) For I have known him, to the end that he may command his children and his household after him, that they may keep the way of Jehovah, to do righteousness and justice; to the end that Jehovah may bring upon Abraham that which he hath spoken of him.
Bible in Basic English (BBE) For I have made him mine so that he may give orders to his children and those of his line after him, to keep the ways of the Lord, to do what is good and right: so that the Lord may do to Abraham as he has said.
Darby English Bible (DBY) For I know him that he will command his children and his household after him, and they shall keep the way of Jehovah, to do righteousness and justice, in order that Jehovah may bring upon Abraham what he hath spoken of him.
Webster's Bible (WBT) For I know him, that he will command his children and his household after him, and they will keep the way of the LORD, to do justice and judgment; that the LORD may bring upon Abraham that which he hath spoken of him.
World English Bible (WEB) For I have known him, to the end that he may command his children and his household after him, that they may keep the way of Yahweh, to do righteousness and justice; to the end that Yahweh may bring on Abraham that which he has spoken of him."
Young's Literal Translation (YLT) for I have known him, that he commandeth his children, and his house after him (and they have kept the way of Jehovah), to do righteousness and judgment, that Jehovah may bring on Abraham that which He hath spoken concerning him.'
Cross Reference Genesis 17:23 in Oriya 23 ଏଥିଉତ୍ତାରୁ ଅବ୍ରହାମ ଆପଣା ପୁତ୍ର ଇଶ୍ମାଏଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।
Deuteronomy 4:9 in Oriya 9 କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ର ପୌତ୍ରମାନଙ୍କୁ ତାହା ଶିଖାଅ।
Deuteronomy 6:6 in Oriya 6 ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।
Deuteronomy 11:19 in Oriya 19 ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।
Deuteronomy 32:46 in Oriya 46 “ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁ ସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”
Joshua 24:15 in Oriya 15 ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।
1 Samuel 2:30 in Oriya 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
2 Samuel 7:20 in Oriya 20 ଏଣୁ ଦାଉଦ ତୁମ୍ଭକୁ ଆଉ କଅଣ କହିପାରେ ? କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁଅଛ।
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
Job 1:5 in Oriya 5 ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପୁତ୍ରମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ। ଏହିରୂପେ ଆୟୁବ ସର୍ବଦା କଲା।
Psalm 1:6 in Oriya 6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
Psalm 11:4 in Oriya 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।
Psalm 34:15 in Oriya 15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
Psalm 78:2 in Oriya 2 ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
Proverbs 6:20 in Oriya 20 ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
Proverbs 22:6 in Oriya 6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
Isaiah 38:19 in Oriya 19 ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।
Amos 3:2 in Oriya 2 “ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।”
John 10:14 in Oriya 14 ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,
John 21:17 in Oriya 17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
Acts 27:23 in Oriya 23 ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
Acts 27:31 in Oriya 31 ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ।
Ephesians 6:4 in Oriya 4 ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
1 Timothy 3:4 in Oriya 4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ।
1 Timothy 3:12 in Oriya 12 ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।
2 Timothy 1:5 in Oriya 5 କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
2 Timothy 2:19 in Oriya 19 ତଥାପି ଇଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
2 Timothy 3:15 in Oriya 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।