Genesis 22:17 in Oriya 17 ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
Other Translations King James Version (KJV) That in blessing I will bless thee, and in multiplying I will multiply thy seed as the stars of the heaven, and as the sand which is upon the sea shore; and thy seed shall possess the gate of his enemies;
American Standard Version (ASV) that in blessing I will bless thee, and in multiplying I will multiply thy seed as the stars of the heavens, and as the sand which is upon the seashore. And thy seed shall possess the gate of his enemies.
Bible in Basic English (BBE) That I will certainly give you my blessing, and your seed will be increased like the stars of heaven and the sand by the seaside; your seed will take the land of those who are against them;
Darby English Bible (DBY) I will richly bless thee, and greatly multiply thy seed, as the stars of heaven, and as the sand that is on the sea-shore; and thy seed shall possess the gate of his enemies;
Webster's Bible (WBT) That in blessing I will bless thee, and in multiplying I will multiply thy seed as the stars of heaven, and as the sand which is on the sea shore; and thy seed shall possess the gate of his enemies;
World English Bible (WEB) that in blessing I will bless you, and in multiplying I will multiply your seed as the stars of the heavens, and as the sand which is on the seashore. Your seed will possess the gate of his enemies.
Young's Literal Translation (YLT) that blessing I bless thee, and multiplying I multiply thy seed as stars of the heavens, and as sand which `is' on the sea-shore; and thy seed doth possess the gate of his enemies;
Cross Reference Genesis 12:2 in Oriya 2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
Genesis 13:16 in Oriya 16 ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
Genesis 15:5 in Oriya 5 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
Genesis 17:6 in Oriya 6 ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀ ଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।
Genesis 24:60 in Oriya 60 ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”
Genesis 26:4 in Oriya 4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
Genesis 27:28 in Oriya 28 ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
Genesis 28:3 in Oriya 3 ସର୍ବଶକ୍ତିମାନ୍ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
Genesis 28:14 in Oriya 14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
Genesis 32:12 in Oriya 12 ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।”
Genesis 49:25 in Oriya 25 ଅର୍ଥାତ୍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।
Numbers 24:17 in Oriya 17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
Deuteronomy 1:10 in Oriya 10 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।
Deuteronomy 21:19 in Oriya 19 ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗରଦ୍ୱାରକୁ ନେଇଯିବେ;
Deuteronomy 28:2 in Oriya 2 ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।
Joshua 1:1 in Oriya 1 ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ,
2 Samuel 8:1 in Oriya 1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
2 Samuel 10:1 in Oriya 1 ଏଥି ଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ବଦଳରେ ରାଜା ହେଲା।
1 Kings 9:26 in Oriya 26 ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସମୁଦ୍ରତୀରସ୍ଥ ଏଲତ ନିକଟବର୍ତ୍ତୀ ଇତ୍ସୀୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
Psalm 2:8 in Oriya 8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।
Psalm 72:8 in Oriya 8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
Jeremiah 32:22 in Oriya 22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପିତୃପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
Jeremiah 33:22 in Oriya 22 ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।'”
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Micah 1:9 in Oriya 9 କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
Luke 1:68 in Oriya 68 ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ୱର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
1 Corinthians 15:57 in Oriya 57 କିନ୍ତୁ ଯେଉଁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
Ephesians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।