Genesis 23:2 in Oriya 2 ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
Other Translations King James Version (KJV) And Sarah died in Kirjatharba; the same is Hebron in the land of Canaan: and Abraham came to mourn for Sarah, and to weep for her.
American Standard Version (ASV) And Sarah died in Kiriath-arba (the same is Hebron), in the land of Canaan. And Abraham came to mourn for Sarah, and to weep for her.
Bible in Basic English (BBE) And Sarah's death took place in Kiriath-arba, that is, Hebron, in the land of Canaan: and Abraham went into his house, weeping and sorrowing for Sarah.
Darby English Bible (DBY) And Sarah died in Kirjath-Arba: that is Hebron, in the land of Canaan. And Abraham came to mourn for Sarah, and to weep for her.
Webster's Bible (WBT) And Sarah died in Kirjath-arba; the same is Hebron in the land of Canaan: And Abraham came to mourn for Sarah, and to weep for her.
World English Bible (WEB) Sarah died in Kiriath Arba (the same is Hebron), in the land of Canaan. Abraham came to mourn for Sarah, and to weep for her.
Young's Literal Translation (YLT) and Sarah dieth in Kirjath-Arba, which `is' Hebron, in the land of Caanan, and Abraham goeth in to mourn for Sarah, and to bewail her.
Cross Reference Genesis 13:18 in Oriya 18 ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
Genesis 23:19 in Oriya 19 ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ୍।
Genesis 27:41 in Oriya 41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
Genesis 50:10 in Oriya 10 ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।
Numbers 13:22 in Oriya 22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।
Numbers 20:29 in Oriya 29 ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।
Deuteronomy 34:8 in Oriya 8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।
Joshua 10:39 in Oriya 39 ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ଼୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।
Joshua 14:14 in Oriya 14 ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନୁଗତ ହୋଇଥିଲେ।
Joshua 20:7 in Oriya 7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।
Judges 1:10 in Oriya 10 ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥର୍ବ ଥିଲା।
1 Samuel 20:31 in Oriya 31 କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋ' ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋ' କତିକି ଆଣ, କାରଣ ସେ ନିଶ୍ଚୟ ମରିବ।
1 Samuel 28:3 in Oriya 3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
2 Samuel 1:12 in Oriya 12 ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ଼୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।
2 Samuel 1:17 in Oriya 17 ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;
2 Samuel 2:11 in Oriya 11 ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା।
2 Samuel 5:3 in Oriya 3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
2 Samuel 5:5 in Oriya 5 ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।
1 Chronicles 6:57 in Oriya 57 ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
2 Chronicles 35:25 in Oriya 25 ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।
Jeremiah 22:10 in Oriya 10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ।
Jeremiah 22:18 in Oriya 18 ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।”
Ezekiel 24:16 in Oriya 16 “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।
John 11:31 in Oriya 31 ଅତଏବ, ଯେଉଁ ଯିହୂଦୀମାନେ ତାଙ୍କ ସହିତ ଗୃହରେ ଥାଇ ତାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରିୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାଙ୍କ ପଛେ ପଛେ ଗଲେ।
John 11:35 in Oriya 35 ଯୀଶୁ କାନ୍ଦିଲେ।
Acts 8:2 in Oriya 2 ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।