Genesis 24:27 in Oriya 27 “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ' କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାଁନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ' କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”
Other Translations King James Version (KJV) And he said, Blessed be the LORD God of my master Abraham, who hath not left destitute my master of his mercy and his truth: I being in the way, the LORD led me to the house of my master's brethren.
American Standard Version (ASV) And he said, Blessed be Jehovah, the God of my master Abraham, who hath not forsaken his lovingkindness and his truth toward my master. As for me, Jehovah hath led me in the way to the house of my master's brethren.
Bible in Basic English (BBE) And said, Praise be to the Lord, the God of my master Abraham, who has given a sign that he is good and true to my master, by guiding me straight to the house of my master's family.
Darby English Bible (DBY) and said, Blessed be Jehovah, God of my master Abraham, who has not withdrawn his loving-kindness and his faithfulness from my master; I being in the way, Jehovah has led me to the house of my master's brethren.
Webster's Bible (WBT) And he said, Blessed be the LORD God of my master Abraham, who hath not left my master destitute of his mercy and his truth: I being in the way, the LORD led me to the house of my master's brethren.
World English Bible (WEB) He said, "Blessed be Yahweh, the God of my master Abraham, who has not forsaken his loving kindness and his truth toward my master. As for me, Yahweh has led me in the way to the house of my master's relatives."
Young's Literal Translation (YLT) and saith, `Blessed `is' Jehovah, God of my lord Abraham, who hath not left off His kindness and His truth with my lord; -- I `being' in the way, Jehovah hath led me to the house of my lord's brethren.'
Cross Reference Genesis 9:26 in Oriya 26 ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
Genesis 13:8 in Oriya 8 ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
Genesis 14:20 in Oriya 20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
Genesis 24:4 in Oriya 4 ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋ' ପୁତ୍ର ଇସ୍ହାକ ନିମନ୍ତେ କନ୍ୟା ଆଣିବ।”
Genesis 24:12 in Oriya 12 ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ' ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ' ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।
Genesis 24:21 in Oriya 21 ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।
Genesis 24:42 in Oriya 42 ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର,
Genesis 24:48 in Oriya 48 ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋ' କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋ' କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।
Genesis 32:10 in Oriya 10 ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।
Exodus 2:11 in Oriya 11 କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ।
Exodus 2:13 in Oriya 13 ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ ?”
Exodus 18:10 in Oriya 10 ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସ୍ରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।
Ruth 4:14 in Oriya 14 ଏଣୁ ସ୍ତ୍ରୀମାନେ ନୟମୀକୁ କହିଲେ, “ଧନ୍ୟ ସଦାପ୍ରଭୁ,” ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।
1 Samuel 25:32 in Oriya 32 ଏଥିରେ ଦାଉଦ ଅବୀଗଲକୁ କହିଲେ, ଆଜି ଯେ ମୋ' ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;
1 Samuel 25:39 in Oriya 39 ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି। ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।
2 Samuel 18:28 in Oriya 28 ସେତେବେଳେ ଅହୀମାସ୍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରି ଦେଇଅଛନ୍ତି।”
1 Chronicles 29:10 in Oriya 10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
Psalm 68:19 in Oriya 19 ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। ସେଲା
Psalm 72:18 in Oriya 18 ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;
Psalm 98:3 in Oriya 3 ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।
Psalm 100:5 in Oriya 5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
Proverbs 3:6 in Oriya 6 ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
Proverbs 4:11 in Oriya 11 ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
Proverbs 8:20 in Oriya 20 ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
Micah 7:20 in Oriya 20 ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପିତୃପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।
Luke 1:68 in Oriya 68 ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ୱର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;
John 1:17 in Oriya 17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
Ephesians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।