Genesis 24:3 in Oriya 3 ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ' ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
Other Translations King James Version (KJV) And I will make thee swear by the LORD, the God of heaven, and the God of the earth, that thou shalt not take a wife unto my son of the daughters of the Canaanites, among whom I dwell:
American Standard Version (ASV) And I will make thee swear by Jehovah, the God of heaven and the God of the earth, that thou wilt not take a wife for my son of the daughters of the Canaanites, among whom I dwell.
Bible in Basic English (BBE) And take an oath by the Lord, the God of heaven and the God of the earth, that you will not get a wife for my son Isaac from the daughters of the Canaanites among whom I am living;
Darby English Bible (DBY) and I will make thee swear by Jehovah, the God of the heavens and the God of the earth, that thou take not a wife for my son of the daughters of the Canaanites, among whom I am dwelling;
Webster's Bible (WBT) And I will make thee swear by the LORD, the God of heaven and the God of the earth, that thou wilt not take a wife for my son of the daughters of the Canaanites among whom I dwell:
World English Bible (WEB) I will make you swear by Yahweh, the God of heaven and the God of the earth, that you shall not take a wife for my son of the daughters of the Canaanites, among whom I live.
Young's Literal Translation (YLT) and I cause thee to swear by Jehovah, God of the heavens, and God of the earth, that thou dost not take a wife for my son from the daughters of the Canaanite, in the midst of whom I am dwelling;
Cross Reference Genesis 6:2 in Oriya 2 ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
Genesis 6:4 in Oriya 4 ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
Genesis 10:15 in Oriya 15 ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍
Genesis 14:19 in Oriya 19 ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ;
Genesis 14:22 in Oriya 22 ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
Genesis 21:23 in Oriya 23 ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”
Genesis 26:28 in Oriya 28 ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;
Genesis 26:34 in Oriya 34 ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ।
Genesis 27:46 in Oriya 46 ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?”
Genesis 28:8 in Oriya 8 ଏହା ଦେଖି ଏଷୌ ଆପଣା ପିତା ଇସ୍ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି
Genesis 31:44 in Oriya 44 ଆସ, ଆମ୍ଭେ ଦୁହେଁ ନିୟମ ସ୍ଥିର କରୁ, ତାହା ଆମ୍ଭମାନଙ୍କର ସାକ୍ଷୀ ହେଉ।”
Genesis 50:25 in Oriya 25 ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”
Exodus 20:7 in Oriya 7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Exodus 22:11 in Oriya 11 ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।
Exodus 23:13 in Oriya 13 ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।
Exodus 34:16 in Oriya 16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।
Leviticus 19:12 in Oriya 12 ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।
Numbers 5:21 in Oriya 21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;
Deuteronomy 6:13 in Oriya 13 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।
Deuteronomy 7:3 in Oriya 3 ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।
Deuteronomy 10:20 in Oriya 20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ।
Joshua 2:12 in Oriya 12 ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋ' ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋ' ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।
1 Samuel 20:17 in Oriya 17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।
2 Kings 19:15 in Oriya 15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
2 Chronicles 2:12 in Oriya 12 ହୂରମ୍ ଆହୁରି କହିଲା, ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ସଦାପ୍ରଭୁଙ୍କ ନିମନ୍ତେ ଏକ ଗୃହ ଓ ଆପଣା ରାଜ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିବା ପାଇଁ ଦାଉଦ ରାଜାଙ୍କୁ ବୁଦ୍ଧି ଓ ବିବେଚନାବିଶିଷ୍ଟ ଏକ ଜ୍ଞାନବାନ୍ ପୁତ୍ର ଦେଇଅଛନ୍ତି।
Nehemiah 9:6 in Oriya 6 କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।
Nehemiah 13:25 in Oriya 25 ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।”
Psalm 115:15 in Oriya 15 ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ।
Isaiah 45:23 in Oriya 23 ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।
Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Isaiah 65:16 in Oriya 16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।
Jeremiah 4:2 in Oriya 2 ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।
Jeremiah 10:11 in Oriya 11 ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।
Jeremiah 12:16 in Oriya 16 ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।
Zephaniah 1:5 in Oriya 5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;
1 Corinthians 7:39 in Oriya 39 ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ୱାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ୱାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ୱାଧୀନ।
2 Corinthians 6:14 in Oriya 14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା ? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା ?
Hebrews 6:16 in Oriya 16 ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ୍ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।