Genesis 27:29 in Oriya 29 ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
Other Translations King James Version (KJV) Let people serve thee, and nations bow down to thee: be lord over thy brethren, and let thy mother's sons bow down to thee: cursed be every one that curseth thee, and blessed be he that blesseth thee.
American Standard Version (ASV) Let peoples serve thee, And nations bow down to thee. Be lord over thy brethren, And let thy mother's sons bow down to thee. Cursed be every one that curseth thee, And blessed be every one that blesseth thee.
Bible in Basic English (BBE) Let peoples be your servants, and nations go down before you: be lord over your brothers, and let your mother's sons go down before you: a curse be on everyone by whom you are cursed, and a blessing on those who give you a blessing.
Darby English Bible (DBY) Let peoples serve thee, And races bow down to thee. Be lord over thy brethren, And let thy mother's sons bow down to thee. Cursed be they that curse thee, And blessed be they that bless thee.
Webster's Bible (WBT) Let people serve thee, and nations bow down to thee; be lord over thy brethren, and let thy mother's sons bow down to thee: cursed be every one that curseth thee, and blessed be he that blesseth thee.
World English Bible (WEB) Let peoples serve you, Nations bow down to you. Be lord over your brothers, Let your mother's sons bow down to you. Cursed be everyone who curses you, Blessed be everyone who blesses you."
Young's Literal Translation (YLT) peoples serve thee, and nations bow themselves to thee, be thou mighty over thy brethren, and the sons of thy mother bow themselves to thee; those who curse thee `are' cursed, and those who bless thee `are' blessed.'
Cross Reference Genesis 9:25 in Oriya 25 ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
Genesis 12:3 in Oriya 3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
Genesis 22:17 in Oriya 17 ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
Genesis 25:22 in Oriya 22 ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା ? ଏପରି କି ହୋଇଥାଏ ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
Genesis 25:33 in Oriya 33 ଯାକୁବ କହିଲା, “ତୁମ୍ଭେ ଆଜି ମୋ' ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
Genesis 27:37 in Oriya 37 ତହୁଁ ଇସ୍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ ?”
Genesis 37:7 in Oriya 7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋ' ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।
Genesis 49:8 in Oriya 8 ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ।
Numbers 22:11 in Oriya 11 ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।”
Numbers 23:8 in Oriya 8 ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି ? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି ?
Numbers 24:9 in Oriya 9 ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ।”
2 Samuel 8:1 in Oriya 1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
2 Samuel 10:1 in Oriya 1 ଏଥି ଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ବଦଳରେ ରାଜା ହେଲା।
1 Kings 4:21 in Oriya 21 ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
1 Kings 11:15 in Oriya 15 ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
1 Kings 22:47 in Oriya 47 ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
1 Chronicles 5:2 in Oriya 2 କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
2 Chronicles 25:11 in Oriya 11 ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 60:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
Psalm 72:8 in Oriya 8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Isaiah 45:14 in Oriya 14 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Isaiah 49:23 in Oriya 23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।
Isaiah 63:1 in Oriya 1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Zephaniah 2:8 in Oriya 8 ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
Malachi 1:2 in Oriya 2 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ।” ତଥାପି ତୁମ୍ଭେମାନେ କହୁଅଛ, “ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ ?” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା ?” “ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।
Matthew 25:40 in Oriya 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Matthew 25:45 in Oriya 45 ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ।
Romans 9:12 in Oriya 12 ଏଥି ନିମନ୍ତେ ଏହି କଥା ତାଙ୍କୁ କୁହାଯାଇଥିଲା, “ଜ୍ୟୋଷ୍ଠ କନିଷ୍ଠର ଦାସ ହେବ;
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।