Genesis 27:41 in Oriya 41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
Other Translations King James Version (KJV) And Esau hated Jacob because of the blessing wherewith his father blessed him: and Esau said in his heart, The days of mourning for my father are at hand; then will I slay my brother Jacob.
American Standard Version (ASV) And Esau hated Jacob because of the blessing wherewith his father blessed him. And Esau said in his heart, The days of mourning for my father are at hand. Then will I slay my brother Jacob.
Bible in Basic English (BBE) So Esau was full of hate for Jacob because of his father's blessing; and he said in his heart, The days of weeping for my father are near; then I will put my brother Jacob to death.
Darby English Bible (DBY) And Esau hated Jacob because of the blessing with which his father had blessed him. And Esau said in his heart, The days of mourning for my father are at hand, and I will slay my brother Jacob.
Webster's Bible (WBT) And Esau hated Jacob, because of the blessing with which his father blessed him: and Esau said in his heart, The days of mourning for my father are at hand; then will I slay my brother Jacob.
World English Bible (WEB) Esau hated Jacob because of the blessing with which his father blessed him. Esau said in his heart, "The days of mourning for my father are at hand. Then I will kill my brother Jacob."
Young's Literal Translation (YLT) And Esau hateth Jacob, because of the blessing with which his father blessed him, and Esau saith in his heart, `The days of mourning `for' my father draw near, and I slay Jacob my brother.'
Cross Reference Genesis 4:2 in Oriya 2 ଏଥିଉତ୍ତାରୁ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
Genesis 32:6 in Oriya 6 ଏଥିଉତ୍ତାରେ ଦୂତମାନେ ଫେରି ଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”
Genesis 32:11 in Oriya 11 ବିନୟ କରୁଅଛି, ମୋ' ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।
Genesis 35:29 in Oriya 29 ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।
Genesis 37:4 in Oriya 4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
Genesis 37:8 in Oriya 8 ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
Genesis 50:3 in Oriya 3 ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।
Genesis 50:10 in Oriya 10 ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।
Deuteronomy 34:8 in Oriya 8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।
2 Samuel 13:28 in Oriya 28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,' ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
2 Chronicles 35:24 in Oriya 24 ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।
Psalm 35:14 in Oriya 14 ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।
Psalm 37:12 in Oriya 12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
Psalm 37:16 in Oriya 16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
Psalm 140:4 in Oriya 4 ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋ' ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
Psalm 142:3 in Oriya 3 ମୋହର ଆତ୍ମା ମୋ' ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋ' ଗମନ ପଥରେ ସେମାନେ ମୋ' ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
Proverbs 1:12 in Oriya 12 ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;
Proverbs 1:16 in Oriya 16 ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।
Proverbs 6:14 in Oriya 14 ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।
Ecclesiastes 7:9 in Oriya 9 କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।
Ezekiel 25:12 in Oriya 12 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୂଦା-ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,”
Ezekiel 35:5 in Oriya 5 ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ଼୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
Amos 1:11 in Oriya 11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
Obadiah 1:10 in Oriya 10 ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ।
Ephesians 4:26 in Oriya 26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
Titus 1:15 in Oriya 15 ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।
Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
1 John 3:12 in Oriya 12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।