Genesis 28:15 in Oriya 15 ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
Other Translations King James Version (KJV) And, behold, I am with thee, and will keep thee in all places whither thou goest, and will bring thee again into this land; for I will not leave thee, until I have done that which I have spoken to thee of.
American Standard Version (ASV) And, behold, I am with thee, and will keep thee, whithersoever thou goest, and will bring thee again into this land. For I will not leave thee, until I have done that which I have spoken to thee of.
Bible in Basic English (BBE) And truly, I will be with you, and will keep you wherever you go, guiding you back again to this land; and I will not give you up till I have done what I have said to you.
Darby English Bible (DBY) And behold, I am with thee, and will keep thee in all [places] to which thou goest, and will bring thee again into this land; for I will not leave thee until I have done what I have spoken to thee of.
Webster's Bible (WBT) And behold, I am with thee, and will keep thee in all places whither thou goest, and will bring thee again into this land: for I will not leave thee, until I have done that which I have declared to thee.
World English Bible (WEB) Behold, I am with you, and will keep you, wherever you go, and will bring you again into this land. For I will not leave you, until I have done that which I have spoken of to you."
Young's Literal Translation (YLT) `And lo, I `am' with thee, and have kept thee whithersoever thou goest, and have caused thee to turn back unto this ground; for I leave thee not till that I have surely done that which I have spoken to thee.'
Cross Reference Genesis 26:3 in Oriya 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Genesis 26:24 in Oriya 24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
Genesis 28:20 in Oriya 20 ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,
Genesis 31:3 in Oriya 3 ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”
Genesis 32:9 in Oriya 9 ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।
Genesis 35:6 in Oriya 6 ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସରେ, ଅର୍ଥାତ୍, ବୈଥେଲରେ ଉପସ୍ଥିତ ହେଲେ।
Genesis 39:2 in Oriya 2 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।
Genesis 39:21 in Oriya 21 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।
Genesis 46:4 in Oriya 4 ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”
Genesis 48:16 in Oriya 16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ' ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
Genesis 48:21 in Oriya 21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।”
Exodus 3:12 in Oriya 12 ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
Numbers 23:19 in Oriya 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
Deuteronomy 31:6 in Oriya 6 ବଳବାନ୍ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।
Joshua 1:5 in Oriya 5 ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Joshua 23:14 in Oriya 14 ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।
Judges 6:16 in Oriya 16 ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକଜଣକୁ ସଂହାର କରୁଅଛ।
1 Kings 8:57 in Oriya 57 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।
Psalm 46:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Psalm 46:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା
Psalm 121:5 in Oriya 5 ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 8:10 in Oriya 10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 43:2 in Oriya 2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
Jeremiah 1:19 in Oriya 19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”
Matthew 18:20 in Oriya 20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
1 Timothy 4:8 in Oriya 8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ୱରପରାୟଣତା ଏହିକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
Hebrews 13:5 in Oriya 5 ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
Jude 1:1 in Oriya 1 ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଇଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।