Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Other Translations King James Version (KJV) And I will put enmity between thee and the woman, and between thy seed and her seed; it shall bruise thy head, and thou shalt bruise his heel.
American Standard Version (ASV) and I will put enmity between thee and the woman, and between thy seed and her seed: he shall bruise thy head, and thou shalt bruise his heel.
Bible in Basic English (BBE) And there will be war between you and the woman and between your seed and her seed: by him will your head be crushed and by you his foot will be wounded.
Darby English Bible (DBY) And I will put enmity between thee and the woman, and between thy seed and her seed; he shall crush thy head, and thou shalt crush his heel.
Webster's Bible (WBT) And I will put enmity between thee and the woman, and between thy seed and her seed: it shall bruise thy head, and thou shalt bruise his heel.
World English Bible (WEB) I will put enmity between you and the woman, and between your offspring and her offspring. He will bruise your head, and you will bruise his heel."
Young's Literal Translation (YLT) and enmity I put between thee and the woman, and between thy seed and her seed; he doth bruise thee -- the head, and thou dost bruise him -- the heel.'
Cross Reference Genesis 49:17 in Oriya 17 ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍ ପଡ଼ିଯାଏ।
Numbers 21:6 in Oriya 6 ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
Psalm 132:11 in Oriya 11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 53:3 in Oriya 3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
Isaiah 53:12 in Oriya 12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳି ଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
Jeremiah 31:22 in Oriya 22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।
Daniel 9:26 in Oriya 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Amos 9:3 in Oriya 3 ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ।
Micah 5:3 in Oriya 3 ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।
Matthew 1:23 in Oriya 23 “ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ୱର।”
Matthew 1:25 in Oriya 25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Matthew 4:1 in Oriya 1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,
Matthew 12:34 in Oriya 34 ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର ? କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ।
Matthew 13:38 in Oriya 38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
Matthew 23:33 in Oriya 33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ ?
Mark 16:18 in Oriya 18 ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।
Luke 1:31 in Oriya 31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
Luke 1:76 in Oriya 76 ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
Luke 10:19 in Oriya 19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
Luke 22:39 in Oriya 39 ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ।
Luke 22:53 in Oriya 53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।
John 8:44 in Oriya 44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।
John 12:31 in Oriya 31 ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।
John 14:30 in Oriya 30 ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋ'ଠାରେ ତାହାର କିଛି ହିଁ ନାହିଁ;
Acts 13:10 in Oriya 10 ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ ?
Acts 28:3 in Oriya 3 କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସାପ ବାହାରି ତାଙ୍କ ହାତରେ କାମୁଡ଼ି ଲାଗିରହିଲା।
Romans 3:13 in Oriya 13 ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,
Romans 16:20 in Oriya 20 ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
Galatians 4:4 in Oriya 4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,
Ephesians 4:8 in Oriya 8 ଏଥି ନିମନ୍ତେ ଉକ୍ତ ଅଛି, ସେ ଊର୍ଦ୍ଧ୍ୱକୁ ଆରୋହଣ କରି ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।
Colossians 2:15 in Oriya 15 ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
Hebrews 2:18 in Oriya 18 କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।
Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
1 John 3:8 in Oriya 8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଇଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
1 John 3:10 in Oriya 10 ଏଥିରେ କିଏ ଇଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ।
1 John 5:5 in Oriya 5 ଯୀଶୁ ଇଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ ?
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 12:7 in Oriya 7 ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
Revelation 12:17 in Oriya 17 ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଇଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;
Revelation 13:7 in Oriya 7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।
Revelation 15:1 in Oriya 1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଇଶ୍ବରଙ୍କ କ୍ରୋଧ ସମାପ୍ତ।
Revelation 20:1 in Oriya 1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା।
Revelation 20:7 in Oriya 7 ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।