Genesis 3:16 in Oriya 16 ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
Other Translations King James Version (KJV) Unto the woman he said, I will greatly multiply thy sorrow and thy conception; in sorrow thou shalt bring forth children; and thy desire shall be to thy husband, and he shall rule over thee.
American Standard Version (ASV) Unto the woman he said, I will greatly multiply thy pain and thy conception; in pain thou shalt bring forth children; and thy desire shall be to thy husband, and he shall rule over thee.
Bible in Basic English (BBE) To the woman he said, Great will be your pain in childbirth; in sorrow will your children come to birth; still your desire will be for your husband, but he will be your master.
Darby English Bible (DBY) To the woman he said, I will greatly increase thy travail and thy pregnancy; with pain thou shalt bear children; and to thy husband shall be thy desire, and he shall rule over thee.
Webster's Bible (WBT) To the woman he said, I will greatly multiply thy sorrow and thy conception; in sorrow thou shalt bring forth children: and thy desire shall be to thy husband, and he shall rule over thee.
World English Bible (WEB) To the woman he said, "I will greatly multiply your pain in childbirth. In pain you will bring forth children. Your desire will be for your husband, and he will rule over you."
Young's Literal Translation (YLT) Unto the woman He said, `Multiplying I multiply thy sorrow and thy conception, in sorrow dost thou bear children, and toward thy husband `is' thy desire, and he doth rule over thee.'
Cross Reference Genesis 4:7 in Oriya 7 ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
Genesis 35:16 in Oriya 16 ଏଥିଉତ୍ତାରେ ସେମାନେ ବୈଥେଲଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବ ବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।
Numbers 30:7 in Oriya 7 ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।
Numbers 30:13 in Oriya 13 ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରି ପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରି ପାରେ।
1 Samuel 4:19 in Oriya 19 ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବ କାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବା ମାତ୍ରେ ସେ ଆଣ୍ଠୋଇ ପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।
Esther 1:20 in Oriya 20 ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ୍ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”
Psalm 48:6 in Oriya 6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
Isaiah 13:8 in Oriya 8 ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।
Isaiah 21:3 in Oriya 3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
Isaiah 26:17 in Oriya 17 ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Jeremiah 4:31 in Oriya 31 କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ' ପ୍ରାଣ ମୂର୍ଚ୍ଛିତ ହେଲା।”
Jeremiah 6:24 in Oriya 24 ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।
Jeremiah 13:21 in Oriya 21 ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ?
Jeremiah 22:23 in Oriya 23 ହେ ଲିବାନୋନ୍ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।
Jeremiah 49:24 in Oriya 24 ଦମ୍ମେସକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବ କାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।
Micah 4:9 in Oriya 9 ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବ ବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି ?
John 16:21 in Oriya 21 ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।
1 Corinthians 7:4 in Oriya 4 ଭାର୍ଯ୍ୟାର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି।
1 Corinthians 11:3 in Oriya 3 କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।
1 Corinthians 14:34 in Oriya 34 ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାଁନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ।
Ephesians 5:22 in Oriya 22 ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବସୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବସୀଭୂତ ହୁଅ ,
Colossians 3:18 in Oriya 18 ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।
1 Thessalonians 5:3 in Oriya 3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।
1 Timothy 2:11 in Oriya 11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନିରବରେ ଶିକ୍ଷା ଗ୍ରହଣ କରୁ।
1 Timothy 2:15 in Oriya 15 କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବ।
Titus 2:5 in Oriya 5 ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଇଶ୍ବରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ।
1 Peter 3:1 in Oriya 1 ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,